www.samajalive.in
Saturday, December 6, 2025
19.1 C
Bhubaneswar

ବାରଣ ସତ୍ୱେ ସମୁଦ୍ରକୁ ଗଲେ କାର୍ଯ୍ୟାନୁଷ୍ଠାନ – ଏସଆରସି

ଡେସ୍କ: ସାମୁଦ୍ରିକ ଝଡ ଅସାନି ପାଇଁ ମତ୍ସଜିବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। ୧୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଆସନ୍ତା ରହୁଥିବାରୁ ଏହି ସତର୍କତା ଜାରି କରାଯାଇଛି। ତେବେ ଏହାକୁ ଅମାନ୍ୟ କରି ଯଦି କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯାନ୍ତି, ତାଙ୍କ ବିରୁଦ୍ଧରେ ବିପର୍ଯ୍ୟୟ ଆଇନ ଅନୁଯାୟୀ ଦୃଢ଼ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି।

ବାରଣ ସତ୍ୱେ କିଛି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯାଉଥିବାରୁ ଏହି ଚେତାବନୀ ଦିଆଯାଇଛି। ସୂଚନାଯୋଗ୍ୟ, ଗତକାଲି ସମୁଦ୍ର ମଧ୍ୟରେ ଏକ ଯନ୍ତ୍ରଚାଳିତ ଡ଼ଙ୍ଗା ଅଚଳ ହୋଇ ପଡିବାରୁ ୧୧ ଜଣ ମତ୍ସ୍ୟଜୀବୀ କୂଳକୁ ଆସିପାରିନଥିଲେ। ତେବେ ତଟରକ୍ଷୀ ବାହିନୀର ଏକ ସ୍ୱତନ୍ତ୍ର ହେଲିକପ୍ଟର ସହାୟତାରେ ସମସ୍ତ ୧୧ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିଲା।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories