www.samajalive.in
Saturday, December 6, 2025
14.1 C
Bhubaneswar

ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥୀତ୍ୱକୁ ଶାସକ ବିଜେଡିର ସମର୍ଥନ

ଡେସ୍କ: ରାଜ୍ୟସଭା ନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଜଣାଇଛି । ବିଶେଷ କରି ରେଳବାଇ ଓ ଟେଲିକମ୍ କ୍ଷେତ୍ରରେ ଓଡ଼ିଶାର ବୃହତ୍ତର ସ୍ୱାର୍ଥ ପାଇଁ ବୈଷ୍ଣବଙ୍କ ପ୍ରାର୍ଥୀତ୍ୱକୁ ତାଙ୍କ ଦଳ ସମର୍ଥନ କରୁଛି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି। ୨୦୧୯ରେ ବିଜେଡି ସମର୍ଥନରେ ବୈଷ୍ଣବ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।

ଚଳିତ ମାସ ୨୭ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ ଗତକାଲି ବିଜେଡିର ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଚଳିତ ବର୍ଷ ଏପ୍ରିଲ ସୁଦ୍ଧା ଓଡ଼ିଶାର ମୋଟ ୩ଟି ରାଜ୍ୟସଭା ଆସନ ଖାଲି ହେବାକୁ ଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories