www.samajalive.in
Sunday, December 7, 2025
13.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ

ଯୋଧପୁର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ ଘଟିଛି। ମନ୍ତ୍ରୀଙ୍କ ପିତା ଦାଉଲାଲ ବୈଷ୍ଣବ ମଙ୍ଗଳବାର ପୂର୍ବାହ୍ନ ୧୧:୫୨ରେ ଯୋଧପୁର ଏମ୍ସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟାଜନିତ ସମସ୍ୟା ଯୋଗୁଁଁ ତାଙ୍କୁ ଯୋଧପୁର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ କିଛି ଦିନ ଧରି ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି କାରଣରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଯୋଧପୁର ଏମ୍ସ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଡାକ୍ତରଖାନା ପକ୍ଷରୁ କୁହାଯାଇଛି ଯେ, ‘‘କେନ୍ଦ୍ର ରେଳମନ୍ତ୍ରୀଙ୍କ ପିତା ଦାଉଲାଲ ବୈଷ୍ଣବଙ୍କର ଜୁଲାଇ ୮ ତାରିଖ ପୂର୍ବାହ୍ନ ୧୧:୫୨ରେ ପରଲୋକ ଘଟିଛି। ସେ ଗତ କିଛି ଦିନ ଧରି ଗୁରୁତର ଅସୁସ୍ଥ ଥିଲେ ଏବଂ ଏମ୍ସ ଯୋଧପୁରରେ ଚିକିତ୍ସାଧୀନ ଥିଲେ। ଡାକ୍ତରୀ ଦଳଙ୍କ ସର୍ବୋତ୍ତମ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଯାଇପାରିଲା ନାହିଁ। ଏମ୍ସ ଯୋଧପୁର ପରିବାର ତାଙ୍କ ସ୍ୱର୍ଗତ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରୁଛି ଏବଂ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛି।’’

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories