www.samajalive.in
Friday, December 5, 2025
20.1 C
Bhubaneswar

ଛୁରି ଭୁସି ଜଣଙ୍କୁ ହତ୍ୟା

ଆସିକା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅଞ୍ଚଳରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ରେଡି ଦାମଦରପଲ୍ଲିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକ ଜଣକ ୩୪ ବର୍ଷୀୟ ଡି. ଶଙ୍କର ରେଡ୍ଡି ବୋଲି ଜଣାପଡିଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ। ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି। ଶଙ୍କରଙ୍କ ପେଟକୁ ଛୁରିମାଡ ହୋଇଥିଲା। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆସିକା ଏବଂ ପରେ ବ୍ରହ୍ମପୁର ବଡ ମେଡିକାଲକୁ ନେବା ସମୟରେ ରାସ୍ତାରେ ଯୁବକଙ୍କର ମୃତ୍ୟୁ ହୋଇଛି। ଖବର ପାଇ ଧରାକୋଟ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories