www.samajalive.in
Saturday, December 13, 2025
27.1 C
Bhubaneswar

ଆସାମ ମଦ ମୃତ୍ୟୁ ୧୪୩କୁ ବୃଦ୍ଧି

ଗୁଆହାଟୀ : ଆସାମର ଗୋଲାଘାଟ ଓ ଜୋରହାଟ ଜିଲାରେ ଘଟିଥିବା ମଦ ମୃତ୍ୟୁସଂଖ୍ୟା ରବିବାର ସୁଦ୍ଧା ୧୪୩କୁ ବୃଦ୍ଧି ପାଇଛି। ଏହି ଘଟଣାରେ ୩୩୧ଜଣ ଅସୁସ୍ଥ ହୋଇ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସରକାରୀ ଅଧିକାରୀ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ କହିବା ଅନୁଯାୟୀ ଜୋରହାଟ ମେଡିକାଲ କଲେଜ ଓ ହସ୍ପିଟାଲରେ ୭୧ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏଠାରେ ଆଉ ୨୭୨ଜଣ ଚିକିତ୍ସିତ ହେଉଛନ୍ତି। ଗୋଲାଘାଟଜିଲାରେ ୪୯ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୯ଜଣ ଗୋଲାଘାଟ ସିଭିଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଆଉ କେତେକ ଲୋକ ନିଜ ଘରେ ପ୍ରାଣ ହରାଇଛନ୍ତି। ମୃତକମାନେ ଚା ବଗିଚାର ଶ୍ରମିକ। ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଓ ସ୍ବାସ୍ଥ୍ୟମନ୍ତ୍ରୀ ହିମନ୍ତ ଶର୍ମା ଶନିବାର ପରିସ୍ଥିତିକୁ ସମୀକ୍ଷା କରିଥିଲେ। ରାଜ୍ୟ ସରକାର ମୃତବ୍ୟକ୍ତିଙ୍କ ପରିବାର ପାଇଁ ୨ଲକ୍ଷ ଟଙ୍କା ଓ ଅସୁସ୍ଥଙ୍କ ପାଇଁ ୫୦ହଜାର ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଏହି ଘଟଣାରେ ୧୨ଜଣଙ୍କୁ ଗିରଫ କରାଯାଇଥିବାବେଳେ ୨ଜଣ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories