www.samajalive.in
Tuesday, December 9, 2025
17.1 C
Bhubaneswar

ଆସାମ ଓ ପଶ୍ଚିମବଙ୍ଗ ନିର୍ବାଚନ: ପ୍ରାର୍ଥୀପତ୍ର ଯାଞ୍ଚ କାର୍ଯ୍ୟ ଆରମ୍ଭ

ଆସାମରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଦାଖଲ ହୋଇଥିବା ନାମାଙ୍କନପତ୍ରଗୁଡ଼ିକର ଯାଞ୍ଚ କାର୍ଯ୍ୟ ଆରମ୍ଭ ହୋଇଛି। ସେଠାରେ ପ୍ରଥମ ପର୍ଯ୍ୟାୟରେ ୨୦୭ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମଙ୍କନ ଦାଖଲ କରିଥିବା ବରିଷ୍ଠ ନେତାମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲ, କଂଗ୍ରେସ ଦଳର ରାଜ୍ୟ ସଭାପତି ରିପୁନ ବୋରା, ଏବଂ ଆସାମ ଗଣପରିଷଦର ଅବଦୁଲ ବୋରା ଅଛନ୍ତି। ଇତିମଧ୍ୟରେ ଆଜି ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ସେଠାରେ ନାମାଙ୍କନପତ୍ର ଦାଖଲ ଜାରି ରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ୩୯ଟି ଆସନ ପାଇଁ ଏପ୍ରିଲ୍‍ ମାସ ପହିଲାରେ ନିର୍ବାଚନ ହେବ।

ଅନ୍ୟପକ୍ଷରେ ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ରଗୁଡ଼ିକର ଯାଞ୍ଚ କାର୍ଯ୍ୟ ଚାଲିଛି। ପ୍ରଥମ ପର୍ଯ୍ୟାୟ ପାଇଁ ୨୫୦ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ପର୍ଯ୍ୟାୟ ନିର୍ବାଚନରେ ୫ଟି ଜିଲ୍ଲାର ୩୦ଟି ବିଧାନସଭା ଆସନ ପାଇଁ ଚଳିତମାସ ୨୭ ତାରିଖରେ ମତଦାନ ହେବ। ଏହି ପର୍ଯ୍ୟାୟ ପାଇଁ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷଦିନ ଆସନ୍ତା ୧୨ ତାରିଖ ରହିଛି।

- Advertisement -

ଇତିମଧ୍ୟରେ ସେଠାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ଜାରି ରହିଛି। ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ପ୍ରାର୍ଥୀ ମମତା ବାନାର୍ଜୀ ନନ୍ଦୀଗ୍ରାମ ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ। ତାଙ୍କର ପ୍ରତିଦ୍ୱନ୍ଦୀ ଶୁଭେନ୍ଦୁ ଅଧିକାରୀ ୧୨ ତାରିଖ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ନିଜର ନାମାଙ୍କନପତ୍ର ଦାଖଲ କରିବେ। ପଶ୍ଚିମବଙ୍ଗର ୨୯୪ଟି ବିଧାନସଭା ଆସନ ପାଇଁ ଚଳିତ ମାସ ୨୭ ତାରିଖରୁ ଆସନ୍ତା ଏପ୍ରିଲ୍‍ ୨୯ ତାରିଖ ପର୍ଯ୍ୟନ୍ତ ୮ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ସେଠାରେ ୨୯୫ କମ୍ପାନୀ କେନ୍ଦ୍ରୀୟ ବଳ ପହଞ୍ଚିଛନ୍ତି। ଅବଶିଷ୍ଟ ୨୦୦ କମ୍ପାନୀ କେନ୍ଦ୍ରୀୟ ବଳକୁ ଖୁବ୍‍ ଶୀଘ୍ର ସେଠାକୁ ପଠାଯିବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories