www.samajalive.in
Friday, December 12, 2025
14.1 C
Bhubaneswar

ଭୁବନେଶ୍ବରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ବର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ଭୁବନେଶ୍ବରରେ ବିମାନବନ୍ଦରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ପହଞ୍ଚିବା ପରେ ତାଙ୍କୁ ବିମାନ ବନ୍ଦରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ବିଶ୍ବଶର୍ମା ଭୁବନେଶ୍ବରରେ ଏକ ଘରୋଇ ଟେଲିଭିଜନ ଚ୍ୟାନେଲର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।  ଏଥିରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ବ୍ୟତୀତ କେନ୍ଦ୍ର ସାମାଜିକ ନ୍ୟାୟ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ପ୍ରତିମା ଭୌମିକ, ଯୋଗଗୁରୁ ବାବା ରାମଦେବ ଓ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି  ବୋଲି ସୂଚନା ମିଳିଛି।

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ହିମନ୍ତ ବିଶ୍ୱଶର୍ମା ବିଜେପି କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories