www.samajalive.in
Saturday, December 13, 2025
26.1 C
Bhubaneswar

ଶୋକ ପ୍ରସ୍ତାବ ପରେ ଗୃହ ମୁଲତବୀ

ଭୁବନେଶ୍ୱର: ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ ହେମେନ୍ଦ୍ର ମହାପାତ୍ର , କୃଷ୍ଣଚନ୍ଦ୍ର ମଲ୍ଲିକ ଏବଂ ପୂର୍ବତନ କନଷ୍ଟେବଳ ସରୋଜ ପ୍ରଧାନଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଛି।

ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ସିପିଆଇଏମ୍‌ ବିଧାୟକ ଲକ୍ଷ୍ମଣ ମୁଣ୍ଡା। ୧ ମିନିଟ୍ ନିରବ ପ୍ରାର୍ଥନା ପରେ ୪ଟା ୩୦ ଯାଏଁ ମୁଲତବୀ ଘୋଷଣା କରାଯାଇଛି। ଆଜି ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories