www.samajalive.in
Saturday, December 6, 2025
16.1 C
Bhubaneswar

୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭାର ତୃତୀୟ ଦିନରେ ଗୃହରେ ଅଚଳାବସ୍ଥା ଦେଖିବାକୁ ମିଳିଛି । ଚାଷୀ ଓ ବେକାରୀ ପ୍ରସଙ୍ଗରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବୀ ଘୋଷଣା କରାଯାଇଛି ।

ସୂଚନାଯୋଗ୍ୟ, ପୂର୍ବ ଦୁଇ ଦିନ ଭଳି ଗୁରୁବାର ମଧ୍ୟ ସମାନ ପରିସ୍ଥିତି ଗୃହରେ ସୃଷ୍ଟି ହୋଇଥିଲା । ଚାଷୀ ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ମୁଲତବୀ ପ୍ରସ୍ତାବ ଆଣିବା ସହ ବେକାରୀଙ୍କ ନିଯୁକ୍ତି ପ୍ରସଙ୍ଗକୁ ନେଇ ବିଜେପି ହଟ୍ଟଗୋଳ କରିଥିଲା । ମାତ୍ର ୨ ମିନିଟ୍ ଗୃହ କାର୍ଯ୍ୟ ଚାଲିବା ପରେ ପ୍ରଶ୍ନକାଳ ବାତିଲ ହୋଇଥିଲା । ବାଚସ୍ପତି ପ୍ରଦୀପ କୁମାର ଅମାତ ପ୍ରଥମେ ଗୃହକୁ ସାଢେ ୧୧ଟା ଓ ପରେ ଅପରାହ୍ନ ୩ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

- Advertisement -

ଅନ୍ୟପଟେ ଆଜି ଅପରାହ୍ନରେ ଗୃହରେ କାମଚଳା ବଜେଟ୍‌ ଉପସ୍ଥାପନ ହେବ । ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଆଜି ୨୦୧୯-୨୦ ଆର୍ଥିକ ବର୍ଷର କାମଚଳା ବଜେଟ୍‌ ଉପସ୍ଥାପନ କରିବେ । ପ୍ରାୟ ୧ ଲକ୍ଷ ୩୨ ହଜାର ୬୬୦ କୋଟିର ବଜେଟ୍ ପ୍ରସ୍ତୁତ କରାଯାଇଛି । ଯାହା ଗତବର୍ଷ ମୂଳ ବଜେଟ୍ ତୁଳନାରେ ପାଖାପାଖି ୧୦ ପ୍ରତିଶତ ଅଧିକ ବୋଲି କୁହାଯାଉଛି ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories