www.samajalive.in
Monday, December 8, 2025
13.1 C
Bhubaneswar

ବଜେଟ୍ ଅଧିବେଶନର ଦ୍ଵିତୀୟ ଦିନ : ଉଠିପାରେ ଏସବୁ ପ୍ରସଙ୍ଗ

ଭୁବନେଶ୍ଵର: ବିଧାନସଭାର ସପ୍ତଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଆଜି ଦ୍ଵିତୀୟ ଦିନରେ ବି ସରଗରମ ହୋଇପାରେ ଗୃହ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ହେବ। ଆଜି ଘୃହରେ ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ନିର୍ମାଣ, ନଗର ଉନ୍ନୟନ , ଗ୍ରାମ୍ୟ ଉନ୍ନୟନ , ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟବୀମା , ସରକାରୀ ଉଦ୍ୟୋଗ ବିଭାଗର ପ୍ରଶ୍ନକାଳ ରହିଛି। ବିରୋଧୀ ଦଳ ପକ୍ଷରୁ ଦରଦାମ୍ ବୃଦ୍ଧି ଏବଂ ସରକାର ଚୁପ୍ ପ୍ରସଙ୍ଗରେ ମୂଲତବୀ ପ୍ରସ୍ତାବ ଦିଆଯାଇଛି। ଗତକାଲି ପ୍ରଥମ ଦିନରେ ଦୁଇ ବିରୋଧୀ ବିଜେଡି ଏବଂ କଂଗ୍ରେସ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ।  ଚଳିତ ଅଧିବେଶନରେ ଏହି ଦୁଇ ପ୍ରସଙ୍ଗରେ ଗୃହ ସରଗରମ ହେବାର ଆଶା କରାଯାଉଛି। ସୋମବାର ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀ ବିଜେଡି ଏବଂ କଂଗ୍ରେସ କକ୍ଷତ୍ୟାଗ କରିଥିଲେ।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories