www.samajalive.in
Saturday, December 6, 2025
16.1 C
Bhubaneswar

୬ଟି ଉପକୂଳ ଜିଲାରେ ରହିଛି ୭୫୯ଟି ବହୁମୁଖୀ ଆଶ୍ରୟସ୍ଥଳୀ : ଗୃହରେ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ବର: ରାଜ୍ୟରେ ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀର ହିସାବ ନାହିଁ। ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀ କେତୋଟି ରହିଛି ତାହାର ଅଡିଟ୍ କରାଯାଉଛି ବୋଲି ଗୃହରେ ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ସୂଚନା ଦେଇଛନ୍ତି। ଶୁକ୍ରବାର ବିଧାନସଭାରେ ପ୍ରଶ୍ନକାଳ ସୁରୁଖୁରୁରେ ଚାଲିଥିବା ବେଳେ ରାଜ୍ୟରେ କେତୋଟି ଆଶ୍ରୟସ୍ଥଳୀ ରହିଛି ତାହାକୁ ନେଇ ବିରୋଧୀ ଦଳର ନେତା ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ବିରୋଧୀ ଦଳ ନେତାଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଥିଲେ ଯେ, ୬ଟି ଉପକୂଳ ଜିଲାରେ ୭୫୯ଟି ବହୁମୁଖୀ ଆଶ୍ରୟସ୍ଥଳୀ ନିର୍ମାଣ ହୋଇଛି। ଓଏସ୍‌ଡିଏମ୍‌ଏ ପକ୍ଷରୁ ୬୯୪ ଏବଂ ରେଡ୍‌କ୍ରସ୍‌ ପକ୍ଷରୁ ୬୫ଟି ଆଶ୍ରୟସ୍ଥଳୀ ନିର୍ମାଣ ହୋଇଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ ଓ ଗଞ୍ଜାମରେ ଆଶ୍ରୟସ୍ଥଳୀ ରହିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories