www.samajalive.in
Sunday, December 14, 2025
26.1 C
Bhubaneswar

ବିଧାନସଭା ଜଗିବେ ୩୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ଵର : ଗୁରୁବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ।  ଏଥିପାଇଁ କମିଶନରେଟ୍ ପୁଲିସ୍‌ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୁଧବାର ପୁଲିସ୍‌ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଥିଲେ। ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ଥିଲେ । ଅଧିବେଶନ ସମୟରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ସୂଚନା ମିଳିଛି। ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ତେବେ କରାଯାଇଥିବା ବ୍ୟବସ୍ଥା ଉପରେ ପ୍ରତିକ୍ରିୟା ଦେଇ ପୁଲିସ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଓ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂହ କହିଛନ୍ତି ଯେ, ସୁରକ୍ଷାକୁ ଦୃଷ୍ଟି ରଖି ୩୦ ପ୍ଲାଟୁନ୍ ପୁଲିସ୍‌ ଫୋର୍ସ ମୁତୟନ କରାଯିବା ସହ ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ଵାର୍ଡ, ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି। କଣ୍ଟ୍ରୋଲ୍‌ ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ। ୧୫୦ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ। ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ଗୃହ କିପରି ସୁରୁଖୁରୁରେ ଚାଲିବ , ସେ ନେଇ ମଙ୍ଗଳବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା।  ବାଚସ୍ପତି ସବୁ ଦଳର ସହଯୋଗ ଲୋଡିଥିଲେ। ଆଜି ବିଜେଡି, କଂଗ୍ରେସ ଓ ବିଜେପିର ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ ହୋଇଛି। ସୂଚନାଯୋଗ୍ୟ ଆସନ୍ତା ୧୮ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହୋଇ ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ୍ ୭ଟି କାର୍ଯ୍ୟ ଦିବସ ରହିଛି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories