www.samajalive.in
Saturday, December 6, 2025
26.1 C
Bhubaneswar

ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ନେଇ ହଟ୍ଟଗୋଳ, ଗୃହ ୧୧.୩୦ ଯାଏ ମୁଲତବି

ଡେସ୍କ : ରାଜ୍ୟ ବିଧାନସଭା ବଜେଟ ଅଧିବେଶନର ଚତୁର୍ଥ ଦିବସରେ ଶୁକ୍ରବାର ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଛନ୍ତି । ଫଳରେ ବାଚସ୍ପତି ଗୃହକୁ ୧୧.୩୦ ଯାଏ ମୁଲତବି କରିଛନ୍ତି । ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ଉଠାଇ ବିରୋଧୀ ବିଜେପି ଓ କଂଗ୍ରେସ ଦଳର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅନୁରୋଧ ସତ୍ତ୍ବେ  ହୋ ହାଲ୍ଲା ଓ ହଟ୍ଟଗୋଳ ଜାରି ରହିବାରୁ ସେ ଗୃହକୁ ଦିନ ୧୧.୩୦ ଯାଏ ମୁଲତବି ଘୋଷଣା କରିଛନ୍ତି।

ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ନବୀନ ପଟ୍ଟନାୟକ ସରକାରଙ୍କ ପଞ୍ଚମ ପାଳିର ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories