www.samajalive.in
Sunday, December 7, 2025
23.1 C
Bhubaneswar

ବିଧାନସଭାରେ ଧାନ ବିକ୍ରି ପ୍ରସଙ୍ଗକୁ ନେଇ କଂଗ୍ରେସର ହଟ୍ଟଗୋଳ, ଅପରାହ୍ନ ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ଵର: ବିଧାନସଭା ଆରମ୍ଭରୁ ସୋମବାର ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ପ୍ରଶ୍ନକାଳ ଚାଲିଥିବାବେଳେ କଂଗ୍ରେସ ସଦସ୍ୟମାନେ ଧାନ ବିକ୍ରି ପ୍ରସଙ୍ଗକୁ ନେଇ ଗୃହରେ ନାରାବାଜି କରିବାରୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।

ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ପ୍ରଶ୍ନକାଳ ଚାଲିଥିଲା। ଏହା ମଧ୍ୟରେ କଂଗ୍ରେସ ବିଧାୟକମାନେ ଆସନରୁ ଉଠି ନାରାବାଜି କରିଥିଲେ। ବାଚସ୍ପତି ସେମାନଙ୍କୁ ଆସନରେ ବସିବାକୁ ଅନୁରୋଧ କରିଥିଲେ। କିନ୍ତୁ ସଦସ୍ୟମାନେ ଆସନ ଛାଡ଼ି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ହଟ୍ଟଗୋଳ କରିଥିଲେ। ଧାନ ବିକ୍ରି ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଥିଲେ। ଶୂନ୍ୟ କାଳରେ ଏହି ପ୍ରସଙ୍ଗରେ ଆଲୋଚନା ହେବ ବୋଲି ବାଚସ୍ପତି କଂଗ୍ରେସ ସଦସ୍ୟମାନଙ୍କୁ କହିଥିଲେ। କିନ୍ତୁ ସେମାନେ ଶୁଣି ନ ଥିଲେ। ପୋଡିୟମ ପାଖରେ ନାରାବାଜି କରିବାକୁ ବାଚସ୍ପତି ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରିଥିଲେ।

- Advertisement -

ଅନ୍ୟପଟେ ବିଜେପି ବିଧାୟକମାନେ ସ୍ମିତାରାଣୀ ବିଶ୍ଵାସ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ବିଧାନସଭା ପରିସରସ୍ଥ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories