www.samajalive.in
Monday, December 8, 2025
27.1 C
Bhubaneswar

ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୩୦ ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ଵର: ବିଧାନସଭାକୁ ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି। ଗୁରୁବାର ବିଧାନସଭାର ବିଜେଟ୍‌ ଅଧିବେଶନ ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା ଅଧିବେଶନ। ଏଥିସହ ଶୋକ ପ୍ରସ୍ତାବ ମଧ୍ୟ ଆଗତ ହୋଇଥିଲା। ଏହାପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ।

ସୂଚନାଯୋଗ୍ୟ, ଏଥର ଦୁଇଟି ପର୍ଯ୍ୟାୟରେ ହେବ ବଜେଟ୍ ଅଧିବେଶନ। ପ୍ରଥମ ଅଧିବେଶନ ଆଜିଠୁ ଆରମ୍ଭ ହୋଇ ଫେବୃଆରୀ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୁଇଟି ପର୍ଯ୍ୟାୟରେ ମୋଟ ୨୮ ଦିନର କାର୍ଯ୍ୟ ଦିବସ ରହିଛି। ଫେବୃଆରୀ ୧୭ରେ ରାଜ୍ୟ ବଜେଟ୍ ଉପସ୍ଥାପନ ହେବ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories