www.samajalive.in
Sunday, December 7, 2025
23.1 C
Bhubaneswar

ବିଧାନସଭାରେ ବିରୋଧୀଙ୍କ ହୋହାଲ୍ଲା; ଅପରାହ୍ନ ୪ଟା ଯାଏଁ ମୁଲତବି

ଭୁବନେଶ୍ୱର: ବିଧାନସଭାର ତୃତୀୟ ଦିନରେ ଗୃହରେ ବିରୋଧୀମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ପ୍ରଶ୍ନକାଳ ଆରମ୍ଭରୁ ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଛି ବିଜେଡି।  ଫଳରେ ଗୃହକୁ ପ୍ରଥମେ ୧୧ଟା ୩୦ ମିନିଟ ଓ ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ ବାଚସ୍ପତି। ମଦ ମୃତ୍ୟୁ ଘଟଣାରେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେଡି ଓ କଂଗ୍ରେସ। ଆଜି ଗୃହ କାର୍ଯ୍ୟ ଆରମ୍ଭରୁ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିବା ବେଳେ ବିଜେଡି ବିଧାୟକମାନେ ନାରାବାଜି କରିଥିଲେ। ଫଳରେ ବାଚସ୍ପତି ଗୃହକୁ ଦିନ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ। ଏହାପରେ ଗୃହ କାର୍ଯ୍ୟ ପୁଣି ଥରେ ଆରମ୍ଭ ହେବା ମାତ୍ରେ ଗୃହରେ ଅଚଳାବସ୍ଥା ଦେଖାଦେଇଥିଲା। ମୁଲତବି ପ୍ରସ୍ତାବ ଉପରେ ଆଲୋଚନା କରିବାକୁ ସରକାର ପ୍ରସ୍ତୁତ ଥିବାବେଳେ ବିରୋଧୀ କିନ୍ତୁ ଆଲୋଚନା ନକରି ନାରାବାଜି କରିଥିଲେ। ଫଳରେ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବି କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories