www.samajalive.in
Wednesday, December 10, 2025
14.1 C
Bhubaneswar

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ପ୍ରସଙ୍ଗରେ ହଟ୍ଟଗୋଳ, ବିଧାନସଭା ମୁଲତବି

ଭୁବନେଶ୍ଵର: ଆର୍ଥିକ ସଙ୍କଟରେ ବୁଡ଼ିଥିବା ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ଜମା ହେବା ପ୍ରସଙ୍ଗକୁ ନେଇ ଶୁକ୍ରବାର ବିଧାନସଭାରେ ହଟ୍ଟଗୋଳ ହୋଇଛି। ଶୁକ୍ରବାର ବିଧାନସଭା କାର୍ଯ୍ୟ ଆରମ୍ଭ ହେବା ପରେ ବିଜେପି ବିଧାୟକମାନେ ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ହଟ୍ଟଗୋଳ କରିଥିଲେ। ସଦସ୍ୟମାନେ ନିଜ ଆସନରୁ ଉଠି ପ୍ରବଳ ପାଟିତୁଣ୍ଡ କରିବାରୁ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ଫଳରେ ବାଚସ୍ପତି ଗୃହକୁ ପୂର୍ବାହ୍ନ ସାଢ଼େ ୧୧ଟା ଯାଏ ମୁଲତବି କରିଦେଇଥିଲେ।

ସୂଚନାଯୋଗ୍ୟ, ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କର ୫୪୫ କୋଟି ଟଙ୍କା ଜମା ରହିଛି। ୟେସ୍‌ ବ୍ୟାଙ୍କରେ ଆର୍ଥିକ ସଙ୍କଟ ଦେଖାଦେଇଥିବାରୁ ଆରବିଆଇ ବ୍ୟାଙ୍କରୁ ଟଙ୍କା ଉଠାଣ ଉପରେ କଟକଣା ଜାରି କରିଛି। ଗୋଟିଏ ମାସରେ ୫୦ ହଜାରରୁ ଅଧିକ ଟଙ୍କା ଉଠାଣ ହୋଇପାରିବ ନାହିଁ ବୋଲି ଆରବିଆଇ ନିଷ୍ପତ୍ତି ନେଇଛି। ତେଣୁ ମହାପ୍ରଭୁଙ୍କ ଟଙ୍କାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଏହି ପ୍ରସଙ୍ଗରେ ବିରୋଧୀମାନେ ରାଜ୍ୟ ସରକାରଙ୍କୁ ଘେରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories