www.samajalive.in
Sunday, December 14, 2025
26.1 C
Bhubaneswar

ବିଧାନସଭା ବଜେଟ୍ ଅଧିବେଶନ: ବୁଧବାର ବି ସରଗରମ ରହିବ ଗୃହ

ଭୁବନେଶ୍ବର : ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ। ବୁଧବାର ବି ବେଶ୍ ସରଗରମ ରହିବ ଗୃହ। ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ବିଧାନସଭାରେ ଆଜି କୃଷି ଓ କୃଷକ ସଶକ୍ତିକରଣ , ଉଚ୍ଚଶିକ୍ଷା , ରାଜସ୍ବ , ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଶ ଓ ଖାଉଟି କଲ୍ୟାଣ , ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ, ସମବାୟ , ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି। ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ପଚାରିପାରିବେ। ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଗୃହରେ ଉଠିବ । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ମଙ୍ଗଳବାର ମଧ୍ୟ ଗୃହ ସରଗରମ ରହିଥିଲା। ବେଦାନ୍ତ ଜମି ଫେରସ୍ତ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ ଏବଂ ସରକାର ଏହାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଦାବି କରି ଗୃହର ମଧ୍ୟଭାଗରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଧାରଣା ଦେଇଥିଲେ । ସେପଟେ ବିଜେପି ମଧ୍ୟ ଆନ୍ଦୋଳନରତ ଗାଁ ସାଥିଙ୍କ ଦାବି କଥା ଉଠାଇ ସରକାରଙ୍କୁ ଘେରିଥିଲା।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories