www.samajalive.in
Saturday, December 6, 2025
23.1 C
Bhubaneswar

୨୯ରୁ ବିଧାନସଭା ଅଧିବେଶନ

ଭୁବନେଶ୍ବର: ସେପ୍ଟେମ୍ବର ୨୯ରୁ ବିଧାନ ସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହି ବିଧାନସଭାର ମୌସୁମୀ ଅଧିବେଶନ ଅକ୍ଟୋବର ୬ ପର୍ଯ୍ୟନ୍ତ ଚାଲିବ। ଏଥର ମୌସୁମୀ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ତେବେ ଅକ୍ଟୋବର ୪ ରବିବାର ଛୁଟି ଦିବସ ପଡୁଥିଲେ ମଧ୍ୟ ବିଧାନସଭା ଅଧିବେଶନ ବସିବ। କିନ୍ତୁ ଅକ୍ଟୋବର ୨ରେ ଗାନ୍ଧି ଜୟନ୍ତୀ ଦିନ ଅଧିବେଶନ ବନ୍ଦ ରହିବ। ଆଜି ମୌସୁମୀ ଅଧିବେଶନ ନେଇ ବିଧାନସଭା ସଚିବଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ ଓ ବିଧାୟିକାଙ୍କ କରେନା ପରୀକ୍ଷା କରାଯିବ। ଯେଉଁମାନଙ୍କର କରୋନା ରିପୋର୍ଟ ନେଗେଟିଭ୍‌ ଆସିବ ସେମାନେ ମୌସୁମୀ ଅଧିବେଶନରେ ଅଂଶଗ୍ରହଣ କରିପାରିବେ। ସେହିପରି ବିଧାନସଭା କର୍ମଚାରୀମାନଙ୍କର ମଧ୍ୟ କରୋନା ପରୀକ୍ଷା କରାଯିବ ବୋଲି ପୂର୍ବରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଥିଲେ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories