www.samajalive.in
Friday, December 5, 2025
26.1 C
Bhubaneswar

ବଜେଟ ଅଧିବେଶନ ଶେଷ

ଭୁବନେଶ୍ୱର : ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ଶେଷ ହୋଇଛି। ଏହା ଥିଲା ପଞ୍ଚଦଶ ବିଧାନସଭାର ଶେଷ ଅଧିବେଶନ । ତେବେ ନିର୍ଦ୍ଧାରିତ କାର୍ଯ୍ୟସୂଚୀର ୨ ଦିନ ପୂର୍ବରୁ ଗୃହକୁ ମୁଲତବୀ କରି ଦିଆଯାଇଛି। ବାଚସ୍ପତି ଗୃହକୁ ଅନିର୍ଦ୍ଧିଷ୍ଟ କାଳ ପର୍ୟ୍ୟନ୍ତ ମୁଲତବୀ କରିଦେଇଛନ୍ତି।
ପୂର୍ବଦିନ ଭଳି ଶୁକ୍ରବାର ମଧ୍ୟ ଗୃହରେ ଅଚଳାବସ୍ଥା ଦେଖିବାକୁ ମିଳିଥିଲା । ଗୃହର ବୈଠକ ଆରମ୍ଭ ହେବା ମାତ୍ରେ ଉଭୟ ବିରୋଧୀ ଓ ଶାସକ ଦଳର ବିଧାୟକମାନେ ଗୃହରେ ହଟ୍ଟଗୋଳ କରିଥିଲେ । ବେକାରୀ ଏବଂ ନିଯୁକ୍ତି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ଗୃହରେ ହୋହାଲ୍ଲା କରିଥିଲେ । ସେହିପରି କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗକୁ ଆଧାର କରି ଶାସକ ଦଳର ବିଧାୟକମାନେ ଗୃହରେ ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ପ୍ରଥମେ ସାଢେ ୧୧ଟା ଓ ପରେ ୧୨ଟା ଯାଏଁ ମୁଲତବୀ ଘୋଷଣା କରାଯାଇଥିଲା । ଗୃହକୁ ସ୍ବାଭାବିକ କରିବା ପାଇଁ ବାଚସ୍ପତି ପ୍ରଦୀପ କୁମାର ଅମାତ ସର୍ବଦଳୀୟ ବୈଠକ ଡକାଇଥିଲେ। ସର୍ବଦଳୀୟ ବୈଠକ ପରେ ଗୃହ କାର୍ୟ୍ୟ ସ୍ବଭାବିକ ହୋଇଥିଲା।
ତେବେ ଶେଷରେ ଅପରାହ୍ନରେ ଗୃହକୁ ଅନିର୍ଦ୍ଧିଷ୍ଟ କାଳ ପର୍ୟ୍ୟନ୍ତ ମୁଲତବୀ କରି ଦିଆଯାଇଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories