www.samajalive.in
Sunday, December 7, 2025
26.1 C
Bhubaneswar

ଆଜିଠୁ ବିଧାନସଭା ଅଧିବେଶନ: ସୁରକ୍ଷାରେ ୩୦ ପ୍ଲାଟୁନ୍ ପୁଲିସ୍ ଫୋର୍ସ

ଭୁବନେଶ୍ବର : ଆଜିଠାରୁ (ସୋମବାର) ଆରମ୍ଭ ହେଉଛି ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ।  ପୂର୍ବାହ୍ଣ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ ବୋଲି ବାଚସ୍ପତି କହିଛନ୍ତି। ତେବେ ଗୃହକୁ ଶାନ୍ତିଶୃଙ୍ଖଳାରେ ଚଳାଇବା ପାଇଁ ରବିବାର ପୂର୍ବାହ୍ଣ ସାଢେ ୧୧ଟାରେ ବିଧାନସଭା ସମ୍ମିଳନୀ କକ୍ଷରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ରଙ୍କ ସହିତ ବିରୋଧୀଦଳ ବିଜେଡିର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ। କଂଗ୍ରେସ ପକ୍ଷରୁ ସର୍ବଦଳୀୟ ବୈଠକରେ କେହି ଯୋଗ ଦେଇ ନଥିଲେ। ଏହି ବୈଠକରେ ଯୋଗଦେବା ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନରେ ଭେଟି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ନିମନ୍ତ୍ରଣ ଜଣାଇଥିଲେ ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଅନୁପସ୍ଥିତ ରହିଥିଲେ। ସେପଟେ ଆସନ୍ତା ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବାବେଳେ ୨୫ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ। ଅର୍ଥ ବିଭାଗ ଦାୟିତ୍ୱରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଥିବାରୁ ସେ ଗୃହରେ ବଜେଟ ଉପସ୍ଥାପନ କରିବେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories