www.samajalive.in
Friday, December 5, 2025
27.1 C
Bhubaneswar

ଆସନ୍ତାକାଲିଠୁ ବିଧାନସଭାର ତୃତୀୟ ଅଧିବେଶନ: କେମିତି ରହିବ ଟ୍ରାଫିକ କଟକଣା ?

ଭୁବନେଶ୍ବର : ଆସନ୍ତା ୧୩ରୁ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ। ଅପ୍ରେଲ ୫ ପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ। ପ୍ରଥମ ପର୍ଯ୍ୟାୟ ୧୩ରୁ ୨୧ ଏବଂ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଅପ୍ରେଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଧାନସଭା ଅଧିବେଶନ କାଳରେ ଯାନବାହନ ଚଳାଚଳ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତାରେ କମିସନରେଟ ପୁଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି। ଏହି ସମୟରେ ହାଉସିଂ ବୋର୍ଡ ଛକପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଗାଡ଼ି କେଶରୀ ସିନେମା ହଲ୍‌ଠାରୁ ବାମ ପାର୍ଶ୍ବ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ। ଏଜି ଛକ ପଟୁ ପିଏମ୍‌ଜି ଛକ ଆଡ଼କୁ ଆସୁଥିବା ଗାଡ଼ି ଜୟଦେବ ଭବନ ପାଖରେ ଡାହାଣ ପାର୍ଶ୍ବରେ ଇନ୍ଦିରା ଗାନ୍ଧୀ ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯିବେ। ସେହିପରି ମାଷ୍ଟରକ୍ୟାଣ୍ଟିନ୍ ଛକ ପଟୁ ଆସୁଥିବା ଗାଡ଼ିଗୁଡ଼ିକ ଲୋୟର ପିଏମ୍‌ଜି ଛକଠାରୁ ବାମ କିମ୍ବା ଡାହାଣ ପାର୍ଶ୍ବ ରାସ୍ତା ଦେଇ ଯାଇପାରିବେ। ୧୨୦ ବାଟାଲିୟନ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ଗାଡ଼ି ପାୱାର ହାଉସ୍ ଛକ ଦେଇ ଯିବେ। ରାଜଭବନ ଛକ ପଟୁ ଏମଏଲଏ କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଗାଡ଼ି ଶାସ୍ତ୍ରୀନଗର ଛକ ଆଡ଼କୁ ଯିବେ। ଏହି କଟକଣା ଜରୁରୀକାଳୀନ କାର୍ଯ୍ୟରେ ନିୟୋଜିତ ଗାଡ଼ି (ପୁଲିସ, ଅଗ୍ନିଶମ ଓ ଆମ୍ବୁଲାନ୍ସ) ଏବଂ ବିଧାନ ସଭା, ରାଜ୍ୟ ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବ ନାହିଁ। ଉପରୋକ୍ତ କଟକଣା ବିଧାନସଭା ଚାଲୁଥିବା ସମୟରେ ବଳବତ୍ତର ରହିବ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories