ଭୁବନେଶ୍ଵର: ଆଜି ବି ଗୃହ କାର୍ଯ୍ୟ ଆରମ୍ଭ ରୁ ହଟ୍ଟଗୋଳ। ବିଧାସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବାବେଳେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଏବଂ ତାରା ବାହିନୀପତିଙ୍କ ମଧ୍ୟ ହାତାହାତି ପରିସ୍ଥିତି ଉପୁଜିଛି। ଏ ନେଇ ତାରା ବାହିନୀପତି କହିଛନ୍ତି ଜୟନାରାୟଣ ପ୍ରଥମେ ମୋ କଲର୍ ଧରିଲେ। ପ୍ରବଳ ହଙ୍ଗାମା ଯୋଗୁଁ ଗୃହ ଚାଲିପାରିନି। ଏଥିଲାଗି ଦିନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ପ୍ରଶ୍ନକାଳ ଆରମ୍ଭ ରୁ ବିରୋଧୀ ଦଳ କଂଗ୍ରେସ ଓ ବିଜେଡିର ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା। ଉଭୟ ବିରୋଧୀ ଦଳର ସଦସ୍ୟମାନେ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। ଜୟ ନାରାୟଣ ପ୍ରସଙ୍ଗ ଉଠାଇ ବିଜେଡି ପ୍ରତିବାଦ କରିଥିଲେ। ଏବଂ ନାରୀ ନିର୍ଯ୍ୟାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ଗୃହରେ ହଙ୍ଗାମା କରିଛି। ଏପରିକି ରିପୋର୍ଟରଙ୍କ ଟେବୁଲ ଉପରେ ଚଢି କଂଗ୍ରେସ ବିଧାୟକ ମାନେ ପ୍ରତିବାଦ କରିଥିଲେ।
Popular Categories



