www.samajalive.in
Saturday, December 6, 2025
26.1 C
Bhubaneswar

କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ

ପୁରୀ : ପୁରୀ ଜିଲ୍ଲା ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ନଦୀ ମଝିରେ ଥିବା ସୁନେଇଡିଆ ନାମକ ସରକାରୀ ଟାପୁକୁ ନେଇ ତୁମୁଳକାଣ୍ଡ ଦେଖିବାକୁ ମିଳିଛି। ନଦୀ ମଝିରେ ଥିବା ଏହି ସରକାରୀ ଜମିରେ ବାଲିଡିଆ ଗାଁ ଲୋକେ ଦୀର୍ଘ ବର୍ଷ ଧରି କାଜୁ ଚାଷ କରି ଆସୁଛନ୍ତି। ଆଜି ସକାଳେ କିଛି ଲୋକ ସେଠାକୁ କାଜୁ ତୋଳିବାକୁ ଆସିଥିଲେ। ପୂର୍ବରୁ କାଜୁ ତୋଳିବାକୁ ଆସିଥିବା ଜଗସିଂହପୁର ଜିଲ୍ଲା ତରାସାହି ଗାଁର ୨ ଶହରୁ ଅଧିକ ଲୋକ ବାଲିଡିଆବାସୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଖବର ପାଇ ଘଟଣାସ୍ଥଳରେ ଅସ୍ତରଙ୍ଗ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories