www.samajalive.in
Wednesday, November 19, 2025
26.1 C
Bhubaneswar

ଜଳୁଛି ପଶ୍ଚିମ ଓଡ଼ିଶା: ସାଢେ ୮ଟା ସୁଦ୍ଧା ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ

ଭୁବନେଶ୍ଵର: ସକାଳୁ ସକାଳୁ ଅସହ୍ୟ ତାତି।  ଜଳୁଛି ପଶ୍ଚିମ ଓଡିଶା। ସାଢେ ୮ଟା ସୁଦ୍ଧା ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଟିଟିଲାଗଡ ୩୧, ବଲାଙ୍ଗୀର ୩୭.୪, ସୋନପୁର ଓ ଝାରସୁଗୁଡା ୩୬.୬, ହୀରାକୁଦ ୩୬.୪, ସମ୍ବଲପୁର ୩୬.୨, ବୌଦ୍ଧରେ ୩୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ସକାଳ ଭୋର୍ ୫ଟା ୩୦ ସୁଦ୍ଧା ଭୁବନେଶ୍ଵରର ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ ହୋଇଛି। ଆର୍ଦ୍ରତା ୮୭ ପ୍ରତିଶତ ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ଦୁଇ ଦିନ ଭିତରେ ତାପମାତ୍ରା ୨ରୁ ୩ଡିଗ୍ରୀ ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବୁଧବାର ୪ଟି ସହରରେ ତାପମାତ୍ରା ୪୬ ଡିଗ୍ରୀ ଟପିଥିଲା। ବଲାଙ୍ଗୀରରେ ୪୬.୩, ସୋନପୁର ୪୬.୨, ଟିଟିଲାଗଡ ଓ ଝାରସୁଗୁଡାରେ ୪୬ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା। ସେପଟେ ଆଜି ଭୀଷଣ ଗ୍ରୀଷ୍ମଲହରୀ ନେଇ ୬ ଜିଲ୍ଲାକୁ କମଳା ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

Hot this week

ପୁଣି ବଡ ଏନକାଉଣ୍ଟର : ୭ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ର ଆଲୁରୀ ସୀତାରାମ...

ରଣଜୀ ଟ୍ରଫି: ଓଡ଼ିଶାର ବଡ଼ ସ୍କୋର୍‌; ୪୬୫ ରନ୍‌ ଲକ୍ଷ୍ୟର ପିଛାକରି ନାଗାଲାଣ୍ଡ ୧/୪୧

କଟକ: ଭୁବନେଶ୍ବରର କିଟ୍‌ ଷ୍ଟାଡିୟମ୍‌ରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ମଙ୍ଗଳବାର...

ଦକ୍ଷିଣ ଲେବାନନରେ ଇସ୍ରାଏଲର ବିମାନ ଆକ୍ରମଣ: ୧୧ହମାସ ଆତଙ୍କବାଦୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ...

ବାବା ସିଦ୍ଦିକି ହତ୍ୟା ମାମଲା: ଅନ୍‌ମୋଲ୍‌ ଭାରତ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବ ସିଦ୍ଦିକିଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ...

ଅଲ୍‌ ଫଲାହ ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ହ୍ବାଇଟ କଲାର ଟେରର ମଡ୍ୟୁଲ ଓ ଦିଲ୍ଲୀ ଲାଲକିଲା ବିସ୍ଫୋରଣ...

Related Articles

Popular Categories