www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ୨ୟ ପୁଣ୍ୟତିଥି ; ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତି

ନୂଆଦିଲ୍ଲୀ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ପୁଣ୍ୟତିଥି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଦେଶର ପ୍ରଗତି ଦିଗରେ ଅଟଳ ବିହାରୀ ବାଜପେୟୀଙ୍କ ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ। ଆଜି ଅଟଳଙ୍କର ୨ୟ ପୁଣ୍ୟତିଥି। ୨୦୧୮ ମସିହାରେ ଦିଲ୍ଲୀର ଏମ୍ସରେ ତାଙ୍କର ମୃତ୍ୟୁ ହୋଇଥିଲା।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଅଟଳ ବିହାରୀ ବାଜପେୟୀଙ୍କର ସମାଧିସ୍ଥଳ ‘ସଦୈବ ଅଟଳ’ ଯାଇ ସେଠାରେ ତାଙ୍କୁ ପୁଷ୍ପ ଅର୍ପଣ କରିଥିଲେ। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ ଓ ରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଅଟଳଙ୍କୁ ମନେ ପକାଇ ଦେଶର ବହୁ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ ବାଜପେୟୀଙ୍କୁ ମନେ ପକାଇ ଟ୍ୱିଟ କରି କହିଛନ୍ତି,ନରେନ୍ଦ୍ର ମୋଦୀଙ୍କର ନେତୃତ୍ୱରେ କେନ୍ଦ୍ର ସରକାର ଅଟଳଙ୍କର ବିଚାରଧାରାକୁ ମୂଳରେ ରଖି ଗରୀବ କଲ୍ୟାଣ ଯୋଜନାର ମାର୍ଗରେ ଅଗ୍ରସର ହୋଇଛନ୍ତି। ଏହାସହ ଭାରତକୁ ବିଶ୍ୱରେ ଏକ ମହାଶକ୍ତିଶାଳୀ ରାଷ୍ଟ୍ର କରିବାକୁ ଉଦ୍ଦେଶ୍ୟ ରଖିଛନ୍ତି। ଆଜି ଅଟଳଙ୍କର ପୁଣ୍ୟତିଥି ଅବସରରେ ତାଙ୍କୁ କୋଟି କୋଟି ପ୍ରଣାମ।
ଏହାସହ ରକ୍ଷାମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଟ୍ୱିଟ କରି କହିଛନ୍ତି, ଅଟଳ ବିହାରୀ ବାଜପେୟୀଙ୍କର ପୁଣ୍ୟତିଥି ଅବସରରେ ତାଙ୍କୁ ପ୍ରଣାମ କରୁଛି। ଭାରତର ବିକାଶରେ ଓ ସାଧାରଣ ଲୋକଙ୍କ ପାଇଁ ତାଙ୍କର ମହାନ କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ। ତାଙ୍କର ବିଚାର ସଭିଁଙ୍କ ପାଇଁ ପ୍ରେରଣା।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories