www.samajalive.in
Saturday, December 6, 2025
23.1 C
Bhubaneswar

ମୁଜଙ୍ଗୁଣ୍ଡରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ; ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ର ଶ୍ରୀନଗର ଅଞ୍ଚଳର ମୁଜଙ୍ଗୁଣ୍ଡରେ ଶନିବାର ବିଳମ୍ବିତ ରାତିରୁ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଗୁଳି ବିନିମୟରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ପାଞ୍ଚ ଜଣ ଯବାନ ଆହତ ହୋଇଛନ୍ତି । ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଜଣାପଡିଛି । ଆତଙ୍କବାଦୀ ଲୁଚି ରହିଥିବା ଆଡ୍ଡାକୁ ସୁରକ୍ଷାକର୍ମୀ ଉଡେଇ ଦେଇଛନ୍ତି ।

ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସୂଚନା ଅନୁଯାୟୀ ମୁଜଙ୍ଗୁଣ୍ଡର ଏକ ଘରେ ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିଲେ । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଉକ୍ତ ଘରଟିକୁ ଘେରିବାକୁ ଚେଷ୍ଟା କରାଯିବା ବେଳେ ଆତଙ୍କବାଦୀ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ । ଆତ୍ମସମର୍ପଣ ପାଇଁ ସୁରକ୍ଷାକର୍ମୀମାନେ କହିଥିଲେ ମଧ୍ୟ ଆହତଙ୍କବାଦୀ ଗୁଳି ଚଳାଇବା ବନ୍ଦ କରିନଥିଲେ । ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା।

- Advertisement -

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଘଟଣାସ୍ଥଳରେ ସ୍ଥାନୀୟ ଅଞ୍ଚଳର ଲୋକେ ପହଞ୍ଚି ସୁରକ୍ଷାକର୍ମୀଙ୍କ ଉପରକୁ ଢେଲା ପଥର ମାଡ କରିଥିଲେ । ପରିସ୍ଥିତିକୁ ନିୟନ୍ତ୍ରଣଧୀନ କରିବା ପାଇଁ ସୁରକ୍ଷାକର୍ମୀ ପକ୍ଷରୁ ଲୁହବୁହା ଗ୍ୟାସ ବ୍ୟବହାର କରାଯାଇଥିଲା । ସ୍ଥାନୀୟ ଅଞ୍ଚଳରେ ପୁଲିସ ଛାଉଣୀ କରାଯାଇଛି ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories