www.samajalive.in
Sunday, December 7, 2025
26.1 C
Bhubaneswar

ଟଙ୍କା ନେଣଦେଣକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ !

ଆଠଗଡ:  ଆଠଗଡ ଥାନା ହରିଡାଗହିର ଗାଁରେ ଅଭାବନୀୟ ଘଟଣା ଘଟିଛି। ଟଙ୍କା ଦେଣନେଣକୁ ନେଇ ଜଣେ ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି।  ଆହତ ଯୁବକ ଜଣକ ହରିଡାଗହୀର ଗାଁର ସୁରେଶ ମଲ୍ଲିକଙ୍କ ପୁଅ ମଧୁସୂଦନ ମଲ୍ଲିକ ବୋଲି ଜଣାପଡିଛି। ତେବେ ଟଙ୍କା ନେଇଦେଣକୁ କେନ୍ଦ୍ର କରି ଯୁବକଙ୍କୁ ଛୁରାମାଡ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ହରିଡାଗହିର ଗାଁର ମଧୁସୂଦନ ମଲ୍ଲିକଙ୍କ ପାଇଁ ଋଣ କରାଇ ଦେବା ଲାଗି ସେହି ଗାଁର ଦାମୋଦର ମହାନ୍ତିଙ୍କ ପୁଅ ଦାଶରଥି ମହାନ୍ତି କିଛି ଟଙ୍କା ନେଇଥିଲେ। ଋଣ ନହେବାରୁ ମଧୁସୂଦନ ତାଙ୍କୁ ଟଙ୍କା ଫେରାଇ ଦେବା ପାଇଁ କହିଥିଲେ। ଏହି କଥାକୁ ନେଇ ଦୁଇଜଣଙ୍କ ମଧ୍ୟରେ କଥା କଟାକଟି ଓ ବଚସା ହୋଇଥିଲା। ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ଟଙ୍କା ନେଇଥିବା ଦାଶରଥି ଏକ ଛୁରୀରେ ମଧୁସୂଦନଙ୍କୁ ତିନିଥର ଆକ୍ରମଣ କରିବା ଫଳରେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ହେବା ସହ ସେ ଗୁରୁତର ଆହତ ହୋଇପଡିଥିଲେ । ଖବର ପାଇ ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ମଧୂସୁଦନଙ୍କୁ ଆଠଗଡ ମେଡିକାଲରେ ଭର୍ତ୍ତି କରିଥିଲେ । ତାଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା କରାଯାଇ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଆଠଗଡ ପୁଲିସ ଡାକ୍ତରଖାନାରେ ପହଞ୍ଚିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories