www.samajalive.in
Sunday, December 7, 2025
26.1 C
Bhubaneswar

୬୫ ଜଣଙ୍କର ଆଣ୍ଟିଜେନ ପରୀକ୍ଷା, ଜଣେ ପଜିଟିଭ

ଆଠଗଡ : ଆଠଗଡ ଉପଖଣ୍ଡ ଡାକ୍ତରଖାନା ଏବଂ ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଶନିବାର ମୋଟ ୬୫ଜଣଙ୍କର କୋଭିଡ ଆଣ୍ଟିଜେନ ପରୀକ୍ଷଣ କରାଯାଇଥିବାବେଳେ ଆଠଗଡ ସହରର ଜଣେ ବ୍ୟକ୍ତି କରୋନା ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି। ଆଠଗଡ ଡାକ୍ତରଖାନାରେ ଆଜି ୩୦ଜଣଙ୍କର ଆଣ୍ଟିଜେନ ପରୀକ୍ଷଣ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ଆଠଗଡ ଏନଏସିର ବୀରକିଶୋରପୁର ଅଞ୍ଚଳର ୨୫ବର୍ଷ ବୟସ୍କ ଜଣେ ଯୁବକ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ବ୍ରହ୍ମପୁର ସିଏଚସିରେ ୩୫ଜଣଙ୍କର ଆଣ୍ଟିଜେନ ପରୀକ୍ଷଣ କରାଯାଇଥିବାବେଳେ ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସୁତ୍ରରୁ ପ୍ରକାଶ। ସୂଚନାଥାଉକି ଗତକାଲି (ଶୁକ୍ରବାର)ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଖଣ୍ଟୁଆଳି ଗ୍ରାମରେ ୧୫୦ଜଣଙ୍କର ଆଣ୍ଟିଜେନ ପରୀକ୍ଷଣରୁ ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉକ୍ତ ଗ୍ରାମକୁ ଆସି ୮ ଦିନ ପାଇଁ ଆବଦ୍ଧ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି ତେବେ ସେହି ଶିବିରରେ ୪୩ଜଣଙ୍କର ସ୍ୱାବ୍‍ ନମୁନା ଆରଟିପିସିଆର ପରୀକ୍ଷା ପାଇଁ ପଠାଯାଇଥିବାବେଳେ ଶନିବାର ଆସିଥିବା ସମସ୍ତ ରିପୋର୍ଟ ନେଗେଟିଭ ଥିବା ବ୍ରହ୍ମପୁର ସିଏଚସି ସୁତ୍ରରୁ ପ୍ରକାଶ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories