www.samajalive.in
Wednesday, December 10, 2025
23.1 C
Bhubaneswar

ମହିଳା ବିଜେଡି ପକ୍ଷରୁ ରକ୍ତଦାନ ଶିବିର, ୫୭ ୟୁନିଟ ରକ୍ତ ସଂଗୃହୀତ

ଆଠଗଡ: ଆଠଗଡ ବିଜୁ ମହିଳା ଜନତା ଦଳ ପକ୍ଷରୁ ଜୀବନବିନ୍ଦୁ ଓ ଓଡିଶା ମୋ ପରିବାର ଆନୁକୁଲ୍ୟରେ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ କେବଳ ମହିଳାମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନା ରକ୍ତଭଣ୍ଡାରର ଡାକ୍ତରୀଦଳ ଏଥିରେ ଯୋଗଦେଇ ୫୭ୟୁନିଟ ରକ୍ତ ସଂଗ୍ରହ କରିଥିଲେ। କୋଭିଡ ମହାମାରୀ ସତ୍ତେ୍ୱ ମହିଳାମାନଙ୍କ ମଧ୍ୟରେ ରକ୍ତଦାନ ପାଇଁ ବହୁ ଉତ୍ସାହ ଦେଖିବାକୁ ମିଳିଥିଲା। ଆଠଗଡ ଏନଏସି ମହିଳା ବିଜେଡି ଦଳ ସଭାନେତ୍ରୀ ରଞ୍ଜିତା ଭକ୍ତାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ପୂର୍ବତନ ନଗରପାଳ ସୁବର୍ଣ୍ଣ ମଞ୍ଜରୀ ଭଞ୍ଜ ଓ ସୁଚିତ୍ରା ସାହୁ, ମହିଳା ବିଜେଡି ସଂପାଦିକା ସୁଷମା ପରିଡା, ଜୀବନବିନ୍ଦୁ ଆବାହକ ରାକେଶ ଦାଶ, ସଂଯୋଜକ ପ୍ରଦୀପ୍ତ ଦାସ, ନଗର ବିଜେଡି ସଭାପତି ଶିଶିର ପ୍ରସାଦ ମାନସିଂହ, ଯୁବ ବିଜେଡି ସଭାପତି ଶିବଶଙ୍କର ଜେନା ଓ ଛାତ୍ର ବିଜେଡି ସଭାପତି ଜ୍ୟୋତିରଞ୍ଜନ ପ୍ରଧାନ ଯୋଗଦେଇ ରକ୍ତଦାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

Related Articles

Popular Categories