www.samajalive.in
Sunday, December 14, 2025
26.1 C
Bhubaneswar

ରାସରସିକପୁର ସ୍କୁଲରେ ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ

ଆଠଗଡ: ଆଠଗଡ ସହରର ରାସରସିକପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମର ଅଂଶ ବିଶେଷ ଭାବେ ବିଭିନ୍ନ ସ୍କୁଲର ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ଓ ସିଆରସିସିଙ୍କ ସମେତ ଛାତ୍ରଛାତ୍ରୀଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। ଏହି ତାଲିମ ଶିବିରକୁ ଆଠଗଡ ବ୍ଲକ ଶିକ୍ଷାଧିକାରୀ ବିଜୟଲକ୍ଷ୍ମୀ ସାମଲ ମୁଖ୍ୟଅତିଥି ଭାବେ ଉଦ୍‍ଘାଟନ କରିବା ସହ ଏହି ତାଲିମ ଶିବିରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଅବତାରଣା କରିଥିଲେ।

ଏଥିରେ ସମ୍ମାନିତ ଅତିଥି ଭାବେ ସହକାରୀ ବ୍ଲକ ଶିକ୍ଷାଧିକାରୀ ନବକିଶୋର ସାହୁ, କନ୍ଦରପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପର୍ଶୁରାମ ବେହେରା, ରାସରସିକପୁର ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସଂଯୁକ୍ତା ପାଳ ପ୍ରମୁଖ ଯୋଗଦେଇ ଉଦ୍‍ବୋଧନ ଦେଇଥିଲେ। ଏଥିରେ ତାଲିମଦାତା ଭାବେ ସୁଧାକର ବିଶ୍ୱାଳ, ଶ୍ରୀକାନ୍ତ ନାୟକ ଓ ବିଜୟ କୁମାର ସାହୁ ପ୍ରମୁଖ ଯୋଗଦେଇ ଏକ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମରେ ଆମ ଦେଶ କିପରି ବିଶ୍ୱରେ ଏକ ଶ୍ରେଷ୍ଠ ଦେଶ ଭାବେ ପରିଗଣିତ ହେବ ଏବଂ ଏଥିପାଇଁ ଶିକ୍ଷା ଏକ ବଳିଷ୍ଠ ମାଧ୍ୟମ ହୋଇଥିବାରୁ ଏଥିରେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ତାଲିମଦାତା ଓ ବ୍ଲକଶିକ୍ଷାଧିକାରୀ ଶ୍ରୀମତୀ ସାମଲ ମତବ୍ୟକ୍ତ କରିଥିଲେ। କ୍ରୀଡା, କଳା, ସଂସ୍କୃତି କ୍ଷେତ୍ରରେ ପିଲାମାନଙ୍କୁ ଶିକ୍ଷା ଦେବା ସହ ଦେଶର ସୁନାମ ରଖବା ପାଇଁ ନିଜ ନିଜ ସ୍କୁଲରେ ଓ ବିଦ୍ୟାଳୟ କୁଞ୍ଜରେ ଏହିଭଳି କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ପରାମର୍ଶ ଦିଆଯାଇଥିଲା। ଶିକ୍ଷକ ଶଶଧର ମହାରଣା କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories