www.samajalive.in
Sunday, December 14, 2025
26.1 C
Bhubaneswar

ଜେନାପଦାରେ ବିଜେଡିର ଶ୍ରମଦାନ ଓ ସଫେଇ କାର୍ଯ୍ୟକ୍ରମ 

ଆଠଗଡ:ବିଜୁ ଜନତା ଦଳ ଅକ୍ଟୋବର ୨ତାରିଖରୁ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତ ରାଜ୍ୟ ବ୍ୟାପି ଚଳାଇଥିବା ଶ୍ରମଦାନ, ରକ୍ତଦାନ ଓ ସଫେଇ ଅଭିଯାନର ଅଂଶବିଶେଷ ଭାବେ ସୋମବାର ଆଠଗଡ ବିଜେଡି ପକ୍ଷରୁ ଜେନାପଦା ଗ୍ରାମରେ ଜୟପ୍ରକାଶ ନାରାୟଣଙ୍କ ଜନ୍ମଜୟନ୍ତୀ ଅବସରରେ ଶ୍ରମଦାନ ଓ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଜେନାପଦା ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ବିଜେଡି ସଭାପତି ରବିନ୍ଦ୍ରନାଥ ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ସର୍ବୋଚ୍ଚ ନ୍ୟାୟାଳୟର ଆଇନଜୀବୀ ତଥା ଆଠଗଡର ଯୁବ ସଂଗଠକ ଆଦିତ୍ୟ ପ୍ରତାପ ସ୍ୱାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‍ବୋଧନ ଦେଇଥିଲେ।

 

- Advertisement -

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଟକ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ସୁନିଲ କୁମାର ପରିଡା, ୧ନଂ ଜୋନ୍‍ ପର୍ଯ୍ୟବେକ୍ଷକ ଦେବରାଜ ପ୍ରଧାନ, ସରପଞ୍ଚ ମୀନତି ଖଟୁଆ, ସମିତି ସଭ୍ୟ ପ୍ରକାଶ ଶତପଥୀ, ପୂର୍ବତନ ସରପଞ୍ଚ ପ୍ରକାଶ କୁମାର ରାଉତ, ଯୁବନେତା ରତିରଞ୍ଜନ ପଟ୍ଟନାୟକ, ଛାତ୍ର ବିଜେଡି ସଭାପତି ଶୁଭେନ୍ଦୁ ବେଉରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଦ୍‍ବୋଧନ ଦେଇଥିଲେ। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପରାମର୍ଶକ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ଦଳୀୟ କର୍ମୀ ଓ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ସଭ୍ୟମାନେ ସ୍କୁଲ ଓ ମନ୍ଦିର ପରିସର, ଗ୍ରାମ୍ୟ ରାସ୍ତା ସଫେଇ କରିବା ସହ ଖାଲଖମା ମରାମତି କରିଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories