www.samajalive.in
Monday, December 15, 2025
15.1 C
Bhubaneswar

ଆଠଗଡ ଅଦାଲତରେ ଜାତୀୟ ଆଇନସେବା ଦିବସ

ଆଠଗଡ/ତିଗିରିଆ: ଆଠଗଡ ତାଲୁକ ଆଇନସେବା ସମିତି ଆନୁକୁଲ୍ୟରେ ଜାତୀୟ ଆଇନସେବା ଦିବସ ଅବସରରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଆଇନସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଦୌରାଜଜ୍‍ ପ୍ରଦୀପ୍ତ କୁମାର ସାହୁ ଏହାକୁ ଉଦ୍‍ଘାଟନ କରିବା ସହ ଏଥିରେ ଅଧ୍ୟକ୍ଷତା କରି ଜାତୀୟ ଆଇନସେବା ଦିବସ ପାଳନ ଓ ଆଇନସେବା ପ୍ରାଧିକରଣ ପ୍ରତିଷ୍ଠାର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସଂପର୍କରେ ଆଲୋକପାତ କରିଥିଲେ।

ଏଥିରେ ସମ୍ମାନିତ ବକ୍ତାଭାବେ ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀମୟୀ ଆଚାର୍ଯ୍ୟ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‍ ସୌମ୍ୟ ଶଙ୍କର ମହାନ୍ତ, ଆଇନଜୀବୀ ପ୍ରାଣକୃଷ୍ଣ ଦାଶ, ଓକିଲସଂଘର ସଭାପତି ସତ୍ୟେନ ପଣ୍ଡା, ସଂପାଦକ ବନବିହାରୀ ସାହୁ ପ୍ରମୁଖ ଯୋଗଦେଇ କେଉଁମାନେ ଓ କିପରି ମାଗଣା ଆଇନସେବା ପାଇପାରିବେ ସେ ସଂପର୍କରେ କହିବା ସହିତ ବିଭିନ୍ନ ଆଇନ କାନୁନ ସଂପର୍କରେ ଅବତାରଣା କରିଥିଲେ। ଏଥିରେ ଆଠଗଡ ଓକିଲ ସଂଘର ବହୁ ସଭ୍ୟ ଯୋଗଦେଇ ଆଇନର ବିଭିନ୍ନ ଦିଗ ଏବଂ ଆଇନସେବା ସଂପର୍କରେ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଆଇନସେବା ସମିତିର ସହାୟିକା ରାଜଶ୍ରୀ ମହଲା ଓ ଅନ୍ୟ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories