www.samajalive.in
Sunday, December 7, 2025
26.1 C
Bhubaneswar

ଜାତୀୟ ଅପସ୍ମାର ବାତ ଦିବସରେ ସଚେତନତା

ଆଠଗଡ: ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନ ମେଘା ସେକ୍ଟରର ଗାଁ କଲ୍ୟାଣ ସମିତି ସମୂହ ଆନୁକୁଲ୍ୟର ବୁଧବାର ରାଧାଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ଅଙ୍ଗନବାଡି କେନ୍ଦ୍ରଠାରେ ଜାତୀୟ ଅପସ୍ମାର ଦିବସ ଅବସରରେ ଜନସଚେତନତା ସୃଷ୍ଟି କରାଯାଇଛି। ବ୍ରହ୍ମପୁର ସିଏଚସି ଅଧିକ୍ଷକ ଡାକ୍ତର ଦିଲ୍ଲୀପ ଦାସଙ୍କ ନିର୍ଦ୍ଦେଶକ୍ରମେ ମେଘା ସେକ୍ଟରର ବରିଷ୍ଠ ବହୁମୁଖୀ ସ୍ୱାସ୍ଥ୍ୟ ପରିଦର୍ଶକ ମହମ୍ମଦ ଅସଲମ ଏଥିରେ ସଂଯୋଜନା କରି ଅପସ୍ମାର ବାତ ବା ମୂର୍ଚ୍ଛାରୋଗର କାରଣ, ଲକ୍ଷଣ ଓ ଚିକିତ୍ସା ସଂପର୍କରେ ବିସ୍ତୃତ ଭାବେ ବୁଝାଇଥିଲେ। ଏହା ଏକ ମାନସିକ ରୋଗ ଓ ମସ୍ତିଷ୍କର ସମସ୍ୟାରୁ ଏହି ରୋଗର ସୃଷ୍ଟି ହୋଇଥାଏ ବୋଲି ସେ କହିଥିଲେ। ରଞ୍ଜନରଶ୍ମି, ଇଇଜି ଏବଂ ସିଟି ସ୍କାନ ପରୀକ୍ଷା ଦ୍ୱାରା ଏବଂ ଏବେ ଅନ୍ୟାନ୍ୟ ଆଧୁନିକ ପଦ୍ଧତି ଦ୍ୱାରା ଏହି ରୋଗ ନିର୍ଣ୍ଣୟ କରାଯାଏ। ଏହି ରୋଗର ଲକ୍ଷଣ ଦେଖାଗଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶକ୍ରମେ ଉପଯୁକ୍ତ ଚିକିତ୍ସା କରାଇଲେ ରୋଗୀ ସୁସ୍ଥ ଜୀବନଯାପନ କରିପାରିବେ ବୋଲି ଶ୍ରୀ ଅସଲମ କହିଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକର୍ମୀ ପୁଷ୍ପାଞ୍ଜଳି ପ୍ରଧାନ, ଅଙ୍ଗନବାଡି କର୍ମୀ ଶୁଭଶ୍ରୀ ସାହୁ, ଆଶାକର୍ମୀ କୁନିଲତା ସାହୁ ଓ ଗାଁ କଲ୍ୟାଣ ସମିିତିର ସଭ୍ୟ ସଭ୍ୟା ଯୋଗଦାନ କରି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିବା ସହ ଏକ ସଚେତନତା ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିଥିଲେ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories