www.samajalive.in
Saturday, December 13, 2025
18.1 C
Bhubaneswar

ବ୍ଲକସ୍ତରୀୟ ମିଶନଶକ୍ତି ଗୃହର ଶିଳାନ୍ୟାସ

ଆଠଗଡ: ଆଠଗଡ ବ୍ଲକସ୍ତରୀୟ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରୁଣ କୁମାର ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଯୋଗ ଦେଇ ଓଡିଶାରେ ମିଶନ ଶକ୍ତି ଜରିଆରେ ଲକ୍ଷ ଲକ୍ଷ ମହିଳାଙ୍କୁ ସ୍ୱାବଲମ୍ବୀ ଓ ଆତ୍ମନିର୍ଭରଶୀଳ କରିବାରେ ଓଡିଶା ସର୍ବାଗ୍ରେ ରହିଛି ଏବଂ ଦେଶର ଅନ୍ୟ ରାଜ୍ୟ ପାଇଁ ଏହା ଉଦାହରଣ ସୃଷ୍ଟି କରିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରକାଶ କରିଥିଲେ। ଆସନ୍ତା ମେ ମାସ ମଧ୍ୟରେ ୫୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ସଂପୃର୍ଣ୍ଣ ହେବାକୁ ଥିବା ଏହି ମିଶନଶକ୍ତି ଗୃହଟି ୧୭୨୦ବର୍ଗଫୁଟର ହେବ ବୋଲି ଏଥିରେ ସମ୍ମାନିତ ଅତିଥିରୂପେ ଯୋଗଦେଇଥିବା ପୂର୍ତ୍ତବିଭାଗ ଚାରବାଟିଆ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତି ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ, ସିଡିପିଓ ରିତାଞ୍ଜଳି ପ୍ରଧାନ, ପୂର୍ତ୍ତବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଘନଶ୍ୟାମ ପଣ୍ଡା ଓ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

ତାମିଲନାଡୁ, ସଡକ ଦୁର୍ଘଟଣାରେ ଓଡିଆ ଯୁବକଙ୍କ ମୃତ୍ୟୁ ।

ଧାମରା : ତାମିଲନାଡୁ ରେ ଏକ ସଡକ ଦୁର୍ଘଟଣାରେ ଜଣେ ଓଡିଆ...

ଓଃ କି ଦୁର୍ଭାଗ୍ୟ ! ଗାଈ ଖୋଜି ଜଙ୍ଗଲ ଯାଇଥିଲେ, ଗୟଳ ଆକ୍ରମଣରେ ଚାଲିଗଲା ଜୀବନ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟ ଭିତରେ...

Related Articles

Popular Categories