www.samajalive.in
Tuesday, December 9, 2025
16.1 C
Bhubaneswar

ବିଶ୍ୱନାଥ ବିଦ୍ୟାପୀଠରେ ସହଯୋଗ କର୍ମଶାଳା

ଆଠଗଡ: ଆଠଗଡର ସର୍ବପୁରାତନ ବିଶ୍ୱନାଥ ବିଦ୍ୟାପୀଠରେ ପରିଚାଳନା କମିଟି ସଦସ୍ୟ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପାଇଁ ୩ଦିନିଆ ସହଯୋଗ ପ୍ରଶିକ୍ଷଣ କର୍ମଶାଳା ଗୁରୁବାର ଉଦ୍‍ଯାପିତ ହୋଇଯାଇଛି। ଗତ ୨୯ତାରିଖରୁ ଆରମ୍ଭ ହୋଇଥିବା ଏହି କର୍ମଶାଳାକୁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଅମର କୁମାର ମହାରଣା ଉଦ୍‍ଘାଟନ କରିଥିଲେ। ଏହି କର୍ମଶାଳାରେ ବିଶେଷ କରି ବିଦ୍ୟାଳୟର ବିକାଶ କାର୍ଯ୍ୟକ୍ରମ, ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ଏବଂ ଗୁଣାତ୍ମକ ଶିକ୍ଷାଦାନ ସଂପର୍କରେ ଆଲୋଚନା କରାଯାଇ ବହୁ ଗଠନମୂଳକ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟିର ସଭାପତି ଶ୍ରୀକାନ୍ତ କୁମାର ବେହେରାଙ୍କ ସମେତ ସମସ୍ତ ସଦସ୍ୟ, ସ୍ୱାସ୍ଥ୍ୟକର୍ମୀ ଶୁଭଲକ୍ଷ୍ମୀ ପ୍ରଧାନ, ଅଙ୍ଗନବାଡି କର୍ମୀ ଅନ୍ନପୂର୍ଣ୍ଣ ସୀଠ ଯୋଗଦେଇଥିଲେ। ବରିଷ୍ଠ ଶିକ୍ଷୟିତ୍ରୀ ଉଷାରାଣୀ ପତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ପ୍ରଣତି ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories