www.samajalive.in
Monday, December 15, 2025
17.1 C
Bhubaneswar

ଓକିଲ ସଂଘ ପକ୍ଷରୁ ମଧୁବାବୁ ଜୟନ୍ତୀ

ଆଠଗଡ: ଆଠଗଡ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରତିଷ୍ଠିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ସଂଘର ସଦସ୍ୟମାନେ ସାମୂହିକ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ପରେ ଓକିଲ ସଂଘ ବୈଠକ ଗୃହରେ ସଭାପତି ସତ୍ୟେନ ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ଆଇନଜୀବୀ ପ୍ରାଣକୃଷ୍ଣ ଦାଶ, ବିଷ୍ଣୁପ୍ରସାଦ ସାହୁ, ପ୍ରଶନ୍ନ କୁମାର ରାଉତ, ରାମନାରାୟଣ ମହାନ୍ତି ପ୍ରମୁଖ ମଧୁବାବୁଙ୍କ ବହୁମୁଖୀ ପ୍ରତିଭା ଏବଂ ତ୍ୟାଗପୁତ ଜୀବନାଦର୍ଶ ସଂପର୍କରେ କହିବା ସହ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ଅବଦାନ ଓ ଆଇନସେବା କ୍ଷେତ୍ରରେ ତାଙ୍କର ପାରଦର୍ଶିତା ସଂପର୍କରେ ଆଲୋକପାତ କରିଥିଲେ। ଅରୁଣ କୁମାର ମହାନ୍ତି, ପ୍ରମୋଦ କୁମାର ଜେନା ଜ୍ଞାନ ପ୍ରକାଶ ଧଳ ସାମନ୍ତ ରବିନାରାୟଣ ବେହେରା, ମନୋରଞ୍ଜନ ମହାନ୍ତ, ବିନୟ କୁମାର ଶୁକ୍ଳ, ଦୀପାଳି ଦାଶ, ପ୍ରମୁଖ ମଧ୍ୟ ଉଦ୍‍ବୋଧନ ଦେଇଥିଲେ। ଉପସଭାପତି ସୁବାସ ଚନ୍ଦ୍ର ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ସଂପାଦକ ବନବିହାରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories