www.samajalive.in
Monday, December 15, 2025
15.1 C
Bhubaneswar

ଆଠଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ଆଠଗଡ଼: ଆଠଗଡ଼ ତାଲୁକ ଆଇନସେବା ସଂସ୍ଥା ଆନୁକୂଲ୍ୟରେ ଶନିବାର ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଆଇନସେବା ସଂସ୍ଥାର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‍ ପ୍ରଦୀପ୍ତ କୁମାର ସାହୁ ଏହି ରାଷ୍ଟ୍ରୀୟ ଲୋକ ଅଦାଲତକୁ ଉଦ୍‍ଘାଟନ କରିବା ସହ ନିଜ ଅଦାଲତ ପରିଚାଳନା କରିଥିଲେ। ଏଡିଜେ ଶ୍ରୀ ସାହୁ ତାଙ୍କ ଅଦାଲତରେ ୬ଟି ମୋଟର ଯାନ ଦୁର୍ଘଟଣା ଜନିତ ମାମଲାର ବିଚାର ପୂର୍ବକ ସମାଧାନ କରି ୨୭.୯୦ଲକ୍ଷ ଟଙ୍କା କ୍ଷତିପୂରଣ ବାବାଦକୁ ଦେବାଲାଗି ବୀମାକମ୍ପାନୀକୁ ନିର୍ଦ୍ଦେଶ ଦେଇଥିଲେ। ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀମୟୀ ଆଚାର୍ଯ୍ୟ ନିଜ ଅଦାଲତରେ ୭ଟି ବ୍ୟାଙ୍କ ଋଣ ଅନାଦେୟ ମାମଲା ଫୈସଲା କରି ଅନାଦେୟ ଋଣ ବାବଦକୁ ୧୦,୮୫,୪୯୨ଟଙ୍କା ପୈଠ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ କୁନମୁନ ଆଚାରୀ ୪୦ଟି ଓ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପୂଜା ଜୈନ ୩ଟି ମାମଲା ବିଚାର କରି ଫୈସଲା କରିଥିଲେ। ଏଥିସହିତ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁ ତାଙ୍କ ଅଦାଲତାରେ କେତେଗୁଡିଏ ମାମଲାର ଆଂଶିକ ସମାଧାନ କରି ରାଜସ୍ୱ ବାବଦକୁ ୧୮,୧୪୭ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଆଠଗଡ଼ର ଷ୍ଟେଟବ୍ୟାଙ୍କ, ୟୁକୋ ବ୍ୟାଙ୍କ ଏବଂ ଓଡ଼ିଶା ଗ୍ରାମ୍ୟବ୍ୟାଙ୍କ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଆଠଗଡ଼ ଓକିଲସଂଘର ସଭ୍ୟ ଲୋକ ଅଦାଲତ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories