www.samajalive.in
Sunday, December 14, 2025
14.1 C
Bhubaneswar

ମାଟ୍ରିକ ଟପ୍ପରଙ୍କୁ ମନ୍ତ୍ରୀଙ୍କ ଅଭିନନ୍ଦନ

ଆଠଗଡ଼: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ ପରୀକ୍ଷାରେ ଆଠଗଡ଼ ବ୍ଲକରେ ଟପ୍ପର ହୋଇଥିବା ଖୁଣ୍ଟୁକଟା ନୋଡାଲ ହାଇସ୍କୁଲର ଛାତ୍ର ଦେବୀ ପ୍ରସାଦ ସାହୁଙ୍କୁ ସ୍ଥାନୀୟ ବିଧାୟକ ତଥା କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଆଭାସୀ ଜରିଆରେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିବା ଜଣାପଡ଼ିଛି। ଛାତ୍ର ଜନତା ସଭାପତି ସତ୍ୟପ୍ରିୟ ମହାନ୍ତି ଓ ଅନ୍ୟ କର୍ମକର୍ତ୍ତା ଖୁଣ୍ଟକଟାରେ ଦେବୀପ୍ରସାଦଙ୍କ ଘରେ ପହଞ୍ଚି ତାଙ୍କୁ ସମ୍ବର୍ଦ୍ଧିତ କରିବା ସଙ୍ଗେ ସଙ୍ଗେ ତାଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଦେବୀ ପ୍ରସାଦଙ୍କର ପିତାମାତା ଗଜେନ୍ଦ୍ର କୁମାର ସାହୁ ଓ ପ୍ରଭାତୀରାଣୀ ସାହୁଙ୍କ ଉପସ୍ଥିତିରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଭିଡିଓ କଲିଂ ଜରିଆରେ ଦେବୀଙ୍କୁ ଅଭିନନ୍ଦନ ଓ ଜଣାଇବା ସହ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ।

Hot this week

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

Related Articles

Popular Categories