www.samajalive.in
Sunday, December 14, 2025
26.1 C
Bhubaneswar

ସାମ୍ବାଦିକ ସଂଘ ପକ୍ଷରୁ ସ୍ୱାଧୀନତା ଦିବସ

ଆଠଗଡ଼: ଆଠଗଡ଼ ସାମ୍ବାଦିକ ସଂଘ ପକ୍ଷରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ସଭାପତି ଅର୍ଦ୍ଧେନ୍ଦୁ ମହାନ୍ତିଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ କୁମାର ଆଚାର୍ଯ୍ୟ ଓ ସମ୍ମାନିତ ଅତିଥି ଭାବେ ଏନଏସି ଅଧ୍ୟକ୍ଷା ସସ୍ମିତା ରାଉତ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅତିଥି ଦ୍ୱୟ ଦେଶର ସ୍ୱାଧୀନତା ଆନ୍ଦୋଳନରେ ପ୍ରମୁଖ ଭୁମିକା ଗ୍ରହଣ କରିଥିବା ଓ ବଳିଦାନ ଦେଇଥିବା ମହାନ ଦେଶଭକ୍ତଙ୍କ ସ୍ମୃତିଚାରଣ କରି ସେମାନଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସଂପାଦକ ବିଭୂତି ଭୂଷଣ ଖଟୁଆଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଅବସରରେ ବରିଷ୍ଠ ସାମ୍ବାଦିକ ସତ୍ୟପ୍ରସାଦ ରଥଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଂଘର ଉପସଭାପତି ବିଷ୍ଣୁପ୍ରସାଦ ଦାସ ସାମ୍ବାଦିକ ମନୋରଞ୍ଜନ ମହାପାତ୍ର, ଅଶୋକ ପ୍ରଧାନ, ଦିନେଶ ଦାସ ଓ ସନାତନ ରାୟ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ପାଳନ ହେଉଥିବା ଅମୃତ ମହୋତ୍ସବ ସଂପର୍କରେ ଆଲୋକପାତ କରିଥିଲେ। ବିରୁପାକ୍ଷ ପ୍ରଧାନ, ଦିଲ୍ଲୀପ ଦାସ, ସଂଜୟ ମହାନ୍ତି, ପତିତପାବନ ରାଉତ, ସଂଯୋଗ ସାମନ୍ତ, ସୁଶାନ୍ତ କୁମାର ସାହୁ, ବବୁଲ ରାଉତ, ମନୋଜ ନାୟକ, ଶୈଳେନ୍ଦ୍ର ପଟ୍ଟନାୟକ, ନୀଳକଣ୍ଠ ଦୋରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବାବେଳେ ବିଶ୍ୱଜିତ୍‍ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories