www.samajalive.in
Sunday, December 14, 2025
26.1 C
Bhubaneswar

କନ୍ତୋଲରେ ବିଜେପିର ଅମୃତ ମହୋତ୍ସବ

ଆଠଗଡ଼: ଭାରତ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ବିଜେପି ପକ୍ଷରୁ ଆଠଗଡ଼ ସହରର କନ୍ତୋଲଠାରେ ଜାତୀୟ ପତାକା ଉତ୍ତୋଳନ ସହିତ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହିଳା ମୋର୍ଚ୍ଚା ଜିଲ୍ଲା ଉପସଭାନେତ୍ରୀ ଇଲା ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା ତଥା ଜିଲ୍ଲା ସାଧାରଣ ସଂପାଦକ ରାମନାରାୟଣ ମହାନ୍ତି ଯୋଗଦେଇ ଦଳୀୟ କାର୍ଯ୍ୟକର୍ତ୍ତା ଓ କୁନିକୁନି ପିଲାଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରି ଉଦ୍‍ବୋଧନ ଦେଇଥିଲେ। ପରେ ପରେ ଦଳୀୟ କାର୍ଯ୍ୟକର୍ତ୍ତା ଓ କର୍ମୀମାନେ ଶ୍ରୀ ମହାନ୍ତି ଓ ସୁଶ୍ରୀ ପଣ୍ଡାଙ୍କ ନେତୃତ୍ୱରେ ହାତରେ ତ୍ରିରଙ୍ଗା ଧରି ଏକ ଶୋଭାଯାତ୍ରାରେ କନ୍ତୋଲର ୫ଟି ୱାର୍ଡ ପରିକ୍ରମା କରିଥିଲେ। ଏଥିରେ ମଣ୍ଡଳ ଉପସଭାପତି ଗୋବିନ୍ଦ ନାଏକ, ହିମାଂଶୁ ଶେଖର ସାହୁ, ପ୍ରସନ୍ନ ବେହେରା, ଅଜିତ କୁମାର ନାଏକ, ରୁପେଶ ଦାସ, ବିନୋଦ ବେଉରା, ପ୍ରଦୀପ ଦାସ ପ୍ରମୁଖ କାର୍ଯ୍ୟକର୍ତ୍ତା, ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories