www.samajalive.in
Saturday, December 13, 2025
15.1 C
Bhubaneswar

କୃଷିମନ୍ତ୍ରୀଙ୍କ ଦ୍ୱାରା ୬୫ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍‍ଘାଟିତ

ଆଠଗଡ: ଆଠଗଡ ବ୍ଲକର ବେଣ୍ଟପଦା ଗ୍ରାମପଞ୍ଚାୟତରେ ୬୫ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଦ୍ୱାରା ଉଦ୍‍ଘାଟିତ ହୋଇଯାଇଛି। ରବିବାର ଅପରାହ୍ନରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବେଣ୍ଟପଦାରେ ୪୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କଲ୍ୟାଣ ମଣ୍ଡପ, ୮ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁର୍ଜୟପୁର ଅଙ୍ଗନବାଡି କେନ୍ଦ୍ର, ୭ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ମିଶନ ଶକ୍ତି ଗୃହ ଓ ୩.୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ରାଧାକାନ୍ତ ପାଟଣା ରାମଲୀଳା ମଣ୍ଡପକୁ ଉଦ୍‍ଘାଟନ କରିଥିଲେ।

ରାଜ୍ୟର ସାମଗ୍ରୀକ ବିକାଶକୁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ପ୍ରାଥମିକତା ଦେବା ସହ ଓଡିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସରକାର ପ୍ରତିବଦ୍ଧ ବୋଲି ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ କୁମାର ଆଚାର୍ଯ୍ୟ, ବ୍ଲକ ଉପାଧ୍ୟକ୍ଷ ସୁବାସ ମଲ୍ଲିକ, ଜିଲ୍ଲା ପରିଷଦ ସଭ୍ୟ ବଳଭଦ୍ର ବାଘ ଓ ଶାନ୍ତିଲତା ବେହେରା, ସରପଞ୍ଚ ଶ୍ରୀକାନ୍ତ ପଣ୍ଡା, ସମିତି ସଭ୍ୟ ରୂପ ମଲ୍ଲିକ, ପୂର୍ବତନ ସରପଞ୍ଚ କନକ ସାହୁ, ବାସନ୍ତି ରାଉଳ, ନିରୂପମା ଭଞ୍ଜଙ୍କ ସମେତ ବହୁ ଦଳୀୟ କର୍ମୀ ଓ ନେତା ଯୋଗ ଦେଇଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories