www.samajalive.in
Saturday, December 6, 2025
26.1 C
Bhubaneswar

ପତ୍ନୀ ନିର୍ଯ୍ୟାତନା ଅଭିଯୋଗରେ ସ୍ୱାମୀ ଗିରଫ

ଆଠଗଡ : ଆଠଗଡ ଥାନା ଅନ୍ତର୍ଗତ କୋରଙ୍ଗା ଗ୍ରାମରେ ପତ୍ନୀ ନିର୍ଯ୍ୟାତନା ଘଟଣାରେ ସ୍ୱାମୀ ଗିରଫ ହୋଇ ଜେଲ ହାଜତକୁ ଯାଇଥିବା ଜଣାପଡିଛି। କୋରଙ୍ଗା ଗ୍ରାମର ଦ୍ୱିଜବର ପରିଡାଙ୍କ ପୁଅ ସୁଧାକର (୩୬) ଅନୁଗୁଳ ଜିଲ୍ଲାର ବନ୍ତଳା ଥାନା ଅନ୍ତର୍ଗତ ବଡତରାସ ଗ୍ରାମର ସୁପ୍ରଭା ପରିଡାଙ୍କୁ ଗତ ୨୦୧୧ମସିହାରେ ବୈଦିକ ରୀତିରେ ବିବାହ କରିଥିଲେ। ତାଙ୍କର ୨ଟି କନ୍ୟାସନ୍ତାନ ମଧ୍ୟ ଅଛନ୍ତି। ବିବାହର କିଛି ବର୍ଷ ଭଲରେ ବିତିବା ପରେ ଗତ ୨-୪ବର୍ଷ ହେବ ସୁପ୍ରଭାଙ୍କ ଉପରେ ଅଧିକ ଯୈାତୁକ ପାଇଁ ସ୍ୱାମୀ ନିର୍ଯ୍ୟାତନା ଦେଇଆସୁଥିଲେ। ତେବେ ଗତକାଲି (ରବିବାର) ରାତିରେ ସୁଧାକର ପତ୍ନୀ ସୁପ୍ରଭାଙ୍କୁ ମରଣାନ୍ତକ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତିକରି ଆଠଗଡ ପୁଲିସ ଅଭିଯୁକ୍ତ ସ୍ୱାମୀ ସୁଧାକରଙ୍କ ନାମରେ ମାମଲା ରୁଜୁ କରି ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories