www.samajalive.in
Friday, December 12, 2025
19.1 C
Bhubaneswar

କୂଅରେ ପଡି ଯୁବକ ମୃତ

ଆଠଗଡ଼: ଆଠଗଡ଼ ଏନଏସିର ୪ନମ୍ବର ୱାର୍ଡ ଅନ୍ତର୍ଗତ ହରିଜନ ସାହିରେ କୂଅରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଗୁରୁବାର ବିଳମ୍ବିତ ରାତିରେ ହରିଜନ ସାହିର ଯୁବକ ସୁବାସ ନାଏକ ପ୍ରଚଣ୍ଡ ଗୁଳୁଗୁଳି ଯୋଗୁଁ ଘର ସାମ୍ନାରେ ଥିବା କୂଅ ଚାନ୍ଦିନୀ ଉପରେ ଶୋଇ ଥିଲେ। କିନ୍ତୁ କୌଣସି କାରଣ ବଶତଃ ସେହି କୂଅରେ ପଡ଼ି ଯାଇଥିଲେ। ଶବ୍ଦ ଶୁଣି ସେଠାରେ ଶୋଇଥିବା ଅନ୍ୟ ଲୋକମାନେ ଆଠଗଡ଼ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଦମକଳ ବାହିନୀ ସୁବାସଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଠଗଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସା ଚାଲିଥିବା ସମୟରେ ଶୁକ୍ରବାର ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡିଛି। ଆଠଗଡ଼ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ ପରେ ତଦନ୍ତ ଆରମ୍ଭ କରିଛି।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories