www.samajalive.in
Sunday, December 7, 2025
14.1 C
Bhubaneswar

ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ

ଆଠଗଡ଼ : ଆଠଗଡ଼ର ଆରାଧ୍ୟ ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ଅନୁଷ୍ଠିତ ହୋଇଯାଇଛି। ୧୫ ଦିନ ପରେ ଅନବସର ଘରୁ ବାହାରିଥିବା ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କୁ ଏହି ଅପରୂପ ବେଶରେ ଦର୍ଶନ ପାଇଁ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିଲା । ସ୍ନାନପୂର୍ଣ୍ଣିମାଠାରୁ ଅଣସର ଘରେ ଜ୍ୱରରେ ପୀଢିତ ହୋଇ ଚିକିତ୍ସିତ ହୋଇ ସୁସ୍ଥ ହେବା ପରେ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କର ନବଯୌବନ ଦର୍ଶନ ପାରମ୍ପରିକ ରୀତିନୀତି ରାଜପୁରୋହିତ ସୁଶାନ୍ତ କୁମାର ମିଶ୍ରଙ୍କ ଦ୍ୱାରା ସଂପନ୍ନ ହୋଇଥିଲା। ପ୍ରତ୍ୟୁଷରେ ଦ୍ୱାରପିଟା ପରେ ପଟ୍ଟିଦିଅଁ ବିସର୍ଜନ କରାଯାଇଥିଲା। ପଣା ସମର୍ପଣ, ବିମ୍ବସ୍ନାନ, ତଡପଲାଗି, ସର୍ବାଙ୍ଗ, ଷୋଡଶ ଉପଚାରରେ ବାଳଭୋଗ ଲାଗି ସହିତ ପୂଜା ଓ ଆଳତି ପରେ ନବଯୌବନ ଦର୍ଶନ ଦ୍ୱାର ଉନ୍ମୁକ୍ତ କରାଯାଇଥିଲା। ବଡପଣ୍ଡା ଶରତ କୁମାର ପଣ୍ଡା, ସୁଶାନ୍ତ କୁମାର ପଣ୍ଡା, ସ୍ୱାଗତ କୁମାର ପଣ୍ଡାଙ୍କ ସମେତ ଅନ୍ୟ ସେବାୟତମାନେ ଶ୍ରୀ ଜୀଉଙ୍କର ସମସ୍ତ ପୂଜାନୀତି ସମ୍ପାଦନରେ ସହଯୋଗ କରିଥିଲେ । ଦେବୋତ୍ତର ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ତହସିଲଦାର ପ୍ରିୟବ୍ରତ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପରିଚାଳନାରେ ଦେବୋତ୍ତର ସୁପରଭାଇଜର ଭବାନୀ ଶଙ୍କର ପଣ୍ଡା ଓ ଅନ୍ୟ କର୍ମଚାରୀ ସହଯୋଗ କରିଥିଲେ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories