www.samajalive.in
Sunday, December 7, 2025
14.1 C
Bhubaneswar

ବିଦ୍ୟୁତ୍‍ ଆଘାତ ଆହତଙ୍କୁ ଭେଟିଲେ ମନ୍ତ୍ରୀ

ଆଠଗଡ: ଆଠଗଡ ବ୍ଲକ ଅନ୍ତର୍ଗତ ତରଡିଙ୍ଗ ପଞ୍ଚାୟତର ଗୌରାଙ୍ଗପୁର ଗ୍ରାମରେ ସୋମବାର ସନ୍ଧ୍ୟାରେ ବିଦ୍ୟୁତ୍‍ କରେଣ୍ଟ ସଂସ୍ପର୍ଶରେ ଆସି ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ୫ଜଣଙ୍କୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଭେଟିବା ସହ ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୌରାଙ୍ଗପୁର ଗ୍ରାମର ଆହତ ଅରକ୍ଷିତ ସାହୁ, ରାଜେନ୍ଦ୍ର ସାହୁ, ସାବିତ୍ରୀ ସାହୁ, ସୁଭଦ୍ରା ସାହୁ ଓ ରଶ୍ମି ସାହୁଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଖାନା ଅଧିକ୍ଷକ ଡାକ୍ତର ବିଜୟ କୁମାର ମିଶ୍ରଙ୍କ ସହ ଆଲୋଚନା କରିବା ସହ ସେମାନଙ୍କର ଉପଯୁକ୍ତ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ।

ସେମାନଙ୍କ ମଧ୍ୟରୁ ଯଦି କେହି ଅଧିକ ଗୁରୁତର ହୁଅନ୍ତି ତେବେ ସେମାନଙ୍କୁ ତୁରନ୍ତ କଟକ ସ୍ଥାନାନ୍ତର କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏଥିସହିତ ଡାକ୍ତରଖାନାରେ ଚାଲିଥିବା ଟୀକାକରଣ କେନ୍ଦ୍ରକୁ ଯାଇ ଦେଖିବା ସହ ଟୀକାକରଣ ବ୍ୟବସ୍ଥା ସଂପର୍କରେ ମନ୍ତ୍ରୀ ତଦାରଖ କରି ଏହାକୁ ବ୍ୟବସ୍ଥିତ ଓ ଶୃଙ୍ଖଳିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories