www.samajalive.in
Saturday, December 13, 2025
17.1 C
Bhubaneswar

ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ, ଘର ସହିତ ଜଳିଗଲା ଗୁହାଳ

ଆଠଗଡ଼: ଆଠଗଡ଼ ଥାନା ଅନ୍ତର୍ଗତ କୁଲାଇଲୋ ଗ୍ରାମର ଗୋବର୍ଦ୍ଧନ ପରିଡ଼ା ଏବଂ ପ୍ରତାପ ପରିଡ଼ାଙ୍କର ଦୁଇ ବଖରା ଘର ଓ ଗୁହାଳ ଗୁରୁବାର ସନ୍ଧ୍ୟାରେ ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ  ସମ୍ପୂର୍ଣ୍ଣ ଜଳି ଯାଇଥିବା ଜଣାପଡିଛି। ସନ୍ଧ୍ୟା ସମୟରେ ଘରେ କେହି ନଥିବାବେଳେ ବିଦ୍ୟୁତ ସର୍ଟ ସର୍କିଟ ହୋଇଥିବା ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ସମ୍ପୃକ୍ତ ଦୁଇ ଭାଇଙ୍କର ଅମଳ ହୋଇ ଗଚ୍ଛିତ ଥିବା ଧାନ ସହିତ ଅନ୍ୟାନ୍ୟ ଘରକରଣା ସାମଗ୍ରୀ ପୋଡ଼ି ଯାଇଛି। ଖବର ପାଇ ଆଠଗଡ଼ରୁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଉଭୟ ଦୁଇଭାଇ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ଯୋଗୁଁ ସେମାନଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories