www.samajalive.in
Sunday, December 7, 2025
26.1 C
Bhubaneswar

ଭାରତରତ୍ନ ଆମ୍ବେଦକରଙ୍କ ପୂଣ୍ୟତିଥିରେ ଶ୍ରଦ୍ଧାସୁମନ

ଆଠଗଡ: ଆଠଗଡ ଅନୁସୂଚିତ ଜାତି ଜନଜାତି ଉନ୍ନୟନ ପରିଷଦ ଆନୁକୂଲ୍ୟରେ ସମ୍ବିଧାନ ପ୍ରଣେତା ଭାରତରତ୍ନ ଡଃ ବି ଆର ଆମ୍ବେଦକରଙ୍କ ୬୮ତମ ପୂଣ୍ୟତିଥିରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ ସହିତ ସ୍ମୃତିଚାରଣ କରାଯାଇଥିଲା ।  ପରିଷଦର ସଭାପତି ବିଚିତ୍ରାନନ୍ଦ ସେଠୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ  ମୁଖ୍ୟଅତିଥି ରୂପେ ମିଳିତ ଓଡିଶା ନିଶା ନିବାରଣ  ସଂଗଠନର ରଜ୍ୟ ମୁଖ୍ୟ  ଅପର୍ଣ୍ଣା ନାୟକ, ମୁଖ୍ୟବକ୍ତା ଲକ୍ଷ୍ମୀଧର ନାଏକ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଡଃ ଗୌତମବୁଦ୍ଧ ସୀତାରାମ ଓ ପରିଷଦର ସାଧାରଣ ସମ୍ପାଦକ ସତ୍ୟଜିତ ମଲ୍ଲିକ ପ୍ରମୁଖ ଯୋଗଦେଇ ଡଃ ଆମ୍ବେଦକରଙ୍କ ବହୁମୁଖୀ ପ୍ରତିଭା ଏବଂ ଦେଶ ପାଇଁ ତାଙ୍କର ଅବଦାନ ବିଷୟରେ ବିସ୍ତୃତ ଭାବେ ଆଲୋକପାତ କରି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ ।
ପ୍ରଥମେ ଅତିଥି ଓ କର୍ମକର୍ତ୍ତାମାନେ ଆମ୍ବେଦକରଙ୍କ ଫଟୋଚିରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଅରୂପାନନ୍ଦ ମଲ୍ଲିକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ପଙ୍କଜ ନାଏକ, ଗଗନ ନାଏକ, ସନ୍ତୋଷ ସେଠୀ, ରତିକାନ୍ତ, ପ୍ରକାଶ ସେଠୀ, ଝୁମ୍ପେଇ ନାଏକଙ୍କ ସହ ଅନ୍ୟ ସଦସ୍ଯ ସହଯୋଗ କରିଥିଲେ।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories