www.samajalive.in
Thursday, December 11, 2025
27.1 C
Bhubaneswar

ନାବାଳିକା ଅପହରଣ ଘଟଣାରେ ଅଭିଯୁକ୍ତ ଗିରଫ

ଆଠଗଡ: ନାବାଳିକାକୁ ଅପହରଣ ଘଟଣାର ଅଭିଯୁକ୍ତକୁ ଗିରଫ କରି ଆଠଗଡ ପୁଲିସ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଆଠଗଡ ଥାନା ଅନ୍ତର୍ଗତ ସମସରପୁର ପଞ୍ଚାୟତ ଅଧିନ ରଘୁନାଥପୁର ଗ୍ରାମର ଜନୈକ ନାବାଳିକା ଫେବୃୟାରୀ ମାସ ୨ ତାରିଖରେ ଘରୁ କେଉଁ ଆଡେ ଚାଲିଯାଇଥିଲା। ଘଟଣା ସମ୍ପର୍କରେ ନାବାଳିକାର ବାପା ଆଠଗଡ ଥାନାରେ ତାଙ୍କ ଝିଅକୁ ଅପହରଣ କରାଯାଇଥିବା ନେଇ ଲିଖିତ ଅଭିଯୋଗ କରିଥିଲେ ।
ଆଠଗଡ ପୁଲିସ ଏତଲା ଆଧାରରେ ମାମଲା ପଞ୍ଜିକୃତ କରି ଘଟଣାର ତଦନ୍ତ କରି ଅପହର୍ତ୍ତାକୁ ଧରିବାକୁ ଉଦ୍ୟମ କରିଥିଲେ । ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଶେଷରେ ନାବାଳିକାକୁ ଅପହରଣ କରିଥିବା ଅଭିଯୁକ୍ତକୁ ଧରିବାରେ ସକ୍ଷମ ହେଇଥିଲା । ଅଭିଯୁକ୍ତ ଜଣକ ହେଲେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ପଦ୍ନନାଭପୁରର ବାହୁଡା ଦେହୁରୀ(୨୪) । ସୋମବାର ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଆଇଆଇସି ଅନିରୁଦ୍ଧ ମୁଦୁଲି ପ୍ରକାଶ କରିଛନ୍ତି।

Hot this week

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

Related Articles

Popular Categories