www.samajalive.in
Monday, December 15, 2025
15.1 C
Bhubaneswar

କନ୍ତୋଲରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ 

ଆଠଗଡ: ଆଠଗଡ ଏନଏସି ଅନ୍ତର୍ଗତ କନ୍ତୋଲର ୫ଟି ୱାର୍ଡକୁ ନେଇ ସେଠାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏନଏସି ଅଧ୍ୟକ୍ଷା ସସ୍ମିତା ରାଉତ ଏଥିରେ ସଭାପତିତ୍ୱ କରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧିନ ବିଜେଡି ସରକାର ରାଜ୍ୟର ଗରିବ ଜନସାଧାରଣଙ୍କ ପାଇଁ ପ୍ରଣୟନ କରିଥିବା ବିଭିନ୍ନ କଲ୍ୟାଣମୂଳକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ।

ଏଥିରେ ମୁଖ୍ୟଅତିଥି ଭାବେ କଟକ ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ହେମନ୍ତ କୁମାର ସ୍ୱାଇଁ, ସମ୍ମାନିତ ଅତିଥି ଭାବେ ଜାଗା ମିଶନର ଉପଦେଷ୍ଟା ଶାଶ୍ୱତି ମିଶ୍ର, ପୂର୍ବତନ ନଗରପାଳ ରମେଶ ଚନ୍ଦ୍ର ଘଡେଇ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ପ୍ରଦୀପ କୁମାର ସାହା, ସହରାଞ୍ଚଳ ଉନ୍ନୟନ ସଂସ୍ଥାର ଟିମ୍‍ ଲିଡର ଅକ୍ଷୟ କୁମାର ମିଶ୍ର ପ୍ରମୁଖ ଯୋଗଦେଇ ରାଜ୍ୟ ସରକାର ସହରାଞ୍ଚଳର ବିକାଶ ପାଇଁ ନେଇଥିବା ବିଭିନ୍ନ ପଦକ୍ଷେପ, ଜନହିତକର କାର୍ଯ୍ୟକ୍ରମ ଓ କଲ୍ୟାଣମୂଳକ ଯୋଜନା ସଂପର୍କରେ ବିସ୍ତୃତ ଭାବେ ଲୋକଙ୍କୁ ବୁଝାଇଥିଲେ। ଏହି କାର୍ଯ୍ୟକ୍ରମରେ କନ୍ତୋଲର ୧୦ନଂ, ୧୧ନଂ, ୧୨ନଂ, ୧୩ନଂ ଓ ୧୭ନଂ ୱାର୍ଡର କାଉନସିଲରମାନଙ୍କ ସହିତ ଏନଏସିର ଅନ୍ୟ କାଉନସିଲରମାନେ ଉପସ୍ଥିତ ଥିଲେ। ଉପନଗରପାଳ ବି ଶୁଭ୍ର ଶଙ୍କର ଜ୍ୟୋତି କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories